ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର

ପୁରୀ,୨୬ା୧୧: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି।

ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ ହଟାଯିବା ସହ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ପୁରୀ ଜିଲାପାଳ କହିଛନ୍ତି ଯେ ପ୍ରଭୁ ଜଗନ୍ନାଥ ଓ ତାଙ୍କ ଭାଇଭଉଣୀ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଜନ୍ମସ୍ଥାନ ଭାବେ ବିବେଚିତ ଏହି ମନ୍ଦିର ଡିସେମ୍ବର ୧ରୁ ସାରା ବର୍ଷ ପାଇଁ ଭକ୍ତଙ୍କୁ ଦର୍ଶନ ନିମନ୍ତେ ଖୋଲା ରହିବ।

ନିକଟରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକରେ ବର୍ଷସାରା ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ବ୍ୟବସ୍ଥା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ପୂର୍ବରୁ ପ୍ରାୟ ଛଅ ବର୍ଷ ଧରି କିଛି ସମସ୍ୟା ଯୋଗୁଁ ବର୍ଷସାରା ଦର୍ଶନ ବ୍ୟବସ୍ଥା ବନ୍ଦ ଥିଲା।

ରଥଯାତ୍ରା ସମୟରେ ମହାପ୍ରଭୁ ଓ ତାଙ୍କ ଭାଇଭଉଣୀ ଶ୍ରୀମନ୍ଦିରରୁ ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିରକୁ ଆସନ୍ତି ଏବଂ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଏଠାରେ ନବଦିନାତ୍ମକ ଯାତ୍ରାରେ ଅବସ୍ଥାନ କରନ୍ତି।

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଦ୍ୱାରା ଶ୍ରୀ ଗୁଣ୍ଡିଚା ମନ୍ଦିରର ଦୈନନ୍ଦିନ ପରିଚାଳନା କରାଯିବ। ପରେ ଦେୟଯୁକ୍ତ (ଟିକେଟ୍) ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ କି ନାହିଁ, ସେ ନେଇ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri