ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍‌ରେ ନିଜର ମତ ସାବ୍ୟସ୍ତ କରିଛନ୍ତି ଲୋକ ସଭା ଭାଜପା ପ୍ରାର୍ଥୀ ଡା.ସମ୍ବିତ ପାତ୍ର। ଇଭିଏମ୍‌ ମେଶିନ ଖରାପ ହେବା ଯୋଗୁ ବୁଥ ବାହାରେ ଧାଡ଼ିରେ ପାଖାପାଖି ଦେଢ ଘଣ୍ଟା ଛିଡ଼ା ହେବା ପରେ ସେ ନିଜର ଭୋଟ ଦେଇଛନ୍ତି। ଏହାପରେ ସେ ଅନ୍ୟମାନଙ୍କୁ ମତଦାନ କରିବାକୁ ମଧ୍ୟ ଅପିଲ କରିଛନ୍ତି।

ସମ୍ବିତ କହିଛନ୍ତି, ଦେଶକୁ ବିକଶିତ ଓ ସୁଦୃଢ଼ କରିବାକୁ ଭୋଟ ଦିଅନ୍ତୁ। ଗଣତନ୍ତ୍ର ଏହି ମହାପର୍ବରେ ସମସ୍ତେ ସାମିଲ ହୋଇ ନିଜ ଅଧିକାର ସାବ୍ୟସ୍ତ କରନ୍ତୁ। ତେବେ ଇଭିଏମ୍‌ ତ୍ରୁଟି ଯୋଗୁ ଉକ୍ତ ବୁଥରେ ଭୋଟରଙ୍କୁ ଭୋଟ ଦେବାକୁ ଅଧିକ ଦେଢ଼ ଘଣ୍ଟା ଦିଆଯିବ ବୋଲି ମଧ୍ୟ ସେ ସୁନିଶ୍ଚିତ କରିଛନ୍ତି।

ଏହାଛଡ଼ା ସେ ଏକ୍ସରେ ମଧ୍ୟ ଏକ ପୋଷ୍ଟ କରି ସଶକ୍ତ, ସୁରକ୍ଷିତ, ସମୃଦ୍ଧ ଏବଂ ବିକଶିତ ଓଡ଼ିଶା ତଥା ଶକ୍ତିଶାଳୀ ଭାରତ ନିର୍ମାଣ ନିମନ୍ତେ ନିଜର ଗଣତାନ୍ତ୍ରିକ ଅଧିକାର ଏବଂ କର୍ତ୍ତବ୍ୟକୁ ନିର୍ବାହ କରିବାକୁ କହିଛନ୍ତି। ପ୍ରଥମେ ମତଦାନ, ତା’ ପରେ ଜଳପାନ ବୋଲି ସେମାନେ କହୁଥିବା ଦେଖାଯାଇଛି।

ପ୍ରକାଶ ଯେ, ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳଠାରୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥ୍‌ମାନଙ୍କରେ ଭୋଟରମାନେ ଭିଡ ଲଗାଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?