ଓଡ଼ିଶାକୁ ‘ଶ୍ରେଷ୍ଠ ପ୍ରଦର୍ଶନକାରୀ’ ମାନ୍ୟତା

ଭୁବନେଶ୍ୱର,୧୭।୧(ଅନୁରାଧା ମହାରଣା): ଏକ ଉନ୍ନତ ଷ୍ଟାର୍ଟଅପ୍‌ ଇକୋ ସିଷ୍ଟମ ଗଠନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ‘ଶ୍ରେଷ୍ଠ ପ୍ରଦର୍ଶନକାରୀ’ ଭାବରେ ସୂଚିତ କରାଯାଇଛି। ଡିପିଆଇଆଇଟି ଷ୍ଟେଟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌- ୨୦୨୨ରେ ଓଡ଼ିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ମଙ୍ଗଳବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଷ୍ଟେଟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ର ଏହି ୪ର୍ଥ ସଂସ୍କରଣ ଷ୍ଟେଟ୍‌ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ବିଭାଗ( ଡିପିଆଇଆଇଟି) ଦ୍ୱାରା ପ୍ରସ୍ତୁତ ହୋଇଥିଲା। ୨୫ଟି ଆଧାରରେ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ଷ୍ଟାର୍ଟଅପ୍‌ର ସମ୍ପ୍ରସାରଣ ଓ ଇକୋ ସିଷ୍ଟମକୁ ସମର୍ଥନ କରିବା ଲାଗି କାର୍ଯ୍ୟ କରିବାକୁ ୩୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ପ୍ରୋତ୍ସାହିତ କରାଯାଇଥିଲା। ୨୦୧୮ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୨୦୧୯ରେ ଷ୍ଟାର୍ଟଅପ୍‌ ଇକୋ ସିଷ୍ଟମକୁ ସମର୍ଥନ କରିଥିବାରୁ ଓ ରାଜ୍ୟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ ୨୦୨୧ରେ ଓଡ଼ିଶାକୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବରେ ପୁରସ୍କୃତ କରିଥିଲା। ତେବେ ରାଜ୍ୟର ପ୍ରତ୍ୟେକ ଅଞ୍ଚଳରେ ଉଦ୍ୟୋଗୀମାନଙ୍କ ବିକାଶ ପାଇଁ ସାମଗ୍ରିକ ନୀତି ଓ ଯୋଜନା ପ୍ରସ୍ତୁତ ହୋଇଥିଲା। ଫଳରେ ୨୦୨୨ରେ ମଧ୍ୟ ଓଡ଼ିଶା ଶ୍ରେଷ୍ଠ ପ୍ରଦର୍ଶନକାରୀ ମାନ୍ୟତା ବଜାୟ ରଖିଛି। ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ ଓମ୍‌କାର ରାୟ କହିଛନ୍ତି, ଏକ ନୂଆ ଷ୍ଟାର୍ଟଅପ୍‌ ନୀତି ସହ ଏକ ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ଓଡ଼ିଶା ସର୍ବଦା ପ୍ରୟାସ କରୁଛି। ଷ୍ଟାର୍ଟଅପ୍‌ ଓଡ଼ିଶା ଏଗ୍ରିଟେକ୍‌, ଆଇଟି, କୃତ୍ରିମ ବୁଦ୍ଧିମତ୍ତା, ସ୍ବାସ୍ଥ୍ୟସେବା, ଫିନ୍‌ଟେକ୍‌ ଓ ବାୟୋଟେକ୍‌ନୋଲୋଜି କ୍ଷେତ୍ରଗୁଡ଼ିକରେ ୧୮୦୦ରୁ ଅଧିକ ଷ୍ଟାର୍ଟଅପ୍‌ ପ୍ରସ୍ତୁତ କରିଛି। ଏଥିମଧ୍ୟରୁ ୪୨ ପ୍ରତିଶତ ମହିଳା ଉଦ୍ୟୋଗୀ ରହିଛନ୍ତି। ଏହି ସଂଖ୍ୟା ୨୦୨୫ ସୁଦ୍ଧା ଅତିକମ୍‌ରେ ୫ ହଜାର ଛୁଇଁବ ବୋଲି ଆଶା କରାଯାଉଛି। ଅନ୍ୟପଟେ ରାଜ୍ୟରେ ୨୭ଟି ଇନ୍‌କ୍ୟୁବେଟର ମଧ୍ୟରେ ରାଜ୍ୟ ସରକାରଙ୍କ ଇନ୍‌କ୍ୟୁବେଟର ଓ-ହବ୍‌ ରହିଛି। ଏଠାରେ ୭୫ଟି ଉଦ୍ୟୋଗୀ ସେଲ୍‌ (ଇସେଲ) ଓ ୯୩ଟି ଇନ୍‌କ୍ୟୁବେଟସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?