ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି ବୋଲି ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମ୍‌ଏନ୍‌ଆର୍‌ଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟରୁ ଜଣାପଡ଼ିଛି। ଏହାଦ୍ୱାରା ଓଡ଼ିଶା ଦେଶର ଅନ୍ୟତମ ଦ୍ରୁତ ଅଭିବୃଦ୍ଧିଶୀଳ ରୁଫ୍‌ଟପ୍‌ ସୋଲାର ବଜାର ଭାବେ ଉଭାହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପ୍ରାୟ ୧.୭୪ ଲକ୍ଷ ରୁଫ୍‌ଟପ୍‌ ସୋଲାର ସିଷ୍ଟମ ସ୍ଥାପନ କରାଯାଇଥିଲାବେଳେ ଏହି ଯୋଜନା ଅଧୀନରେ ମୋଟ ୩,୧୨,୫୨୭ଟି ଆବେଦନ ଗ୍ରହଣ କରାଯାଇଛି ା ସରକାରଙ୍କ ଆର୍ଥତ୍କ ପ୍ରୋତ୍ସାହନ, ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡ଼ିକର ସଫଳ କାର୍ଯ୍ୟାନ୍ବୟନ, ଭେଣ୍ଡର ଇକୋସିଷ୍ଟମର ସମ୍ପ୍ରସାରଣ, ଉପଭୋକ୍ତା ସୁବିଧା ଏବଂ ତୃଣମୂଳ ସ୍ତରର ନିରନ୍ତର ସଚେତନତା ମାଧ୍ୟମରେ ଉପଭୋକ୍ତାଙ୍କ ଆଗ୍ରହକୁ ରୁଫ୍‌ଟପ୍‌ ସୋଲାର ସ୍ଥାପନ ଦିଗରେ ସଫଳ କରାଯାଇପାରିଛି ବୋଲି ଟାଟା ପାଓ୍ବାର ପକ୍ଷରୁ କୁହାଯାଇଛି । ଏ କ୍ଷେତ୍ରରେ ଓଡ଼ିଶା ମଧ୍ୟପ୍ରଦେଶ ଏବଂ ଆସାମକୁ ପଛରେ ପକାଇ ଭାରତର ବିକେନ୍ଦ୍ରୀକୃତ ସ୍ବଚ୍ଛ ଶକ୍ତି ରୂପାନ୍ତରଣରେ ଏକ ପ୍ରମୁଖ ଯୋଗଦାନକାରୀ ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିପାରିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି । ଟାଟା ପାୱାରର ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ବିଜ୍‌ନେସ୍‌ ମୁଖ୍ୟ ଗଜାନନ ଏସ୍‌. କାଲେ କହିଛନ୍ତି ‘ପିଏମ୍‌ ସୂର୍ଯ୍ୟଘର’ ଅଧୀନରେ କେନ୍ଦ୍ରୀୟ ସହାୟତା ସହ ଓଡ଼ିଶା ସରକାରଙ୍କ ଆକର୍ଷଣୀୟ ସବ୍‌ସିଡି ଘରୋଇ ଉପଭୋକ୍ତାଙ୍କ ପାଇଁ ଏକ ଉକତ୍ୃଷ୍ଟ ସୁଯୋଗ ସୃଷ୍ଟିକରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri