ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ମାମଲାରେ ଓଡ଼ିଶା ପଞ୍ଚମ

ଭୁବନେଶ୍ୱର,୬।୯ (ବ୍ୟୁରୋ):ପାଠ ପଢ଼ି ଜୀବନରେ ସଫଳ ମଣିଷଟିଏ ହେବାକୁ ଲକ୍ଷ୍ୟ ରଖିଥିବା, ଭବିଷ୍ୟତକୁ ନେଇ ସ୍ବପ୍ନ ଦେଖୁଥିବା ଛାତ୍ରୀଛାତ୍ର ଆଜି ବାଟବଣା ହୋଇଯାଉଛି। ପ୍ରେମ ପ୍ରତାରଣା, ଆର୍ଥିକ ସମସ୍ୟା, ପାଠପଢ଼ାରେ ବିଫଳତା ଆଦି କାରଣରୁ ସେମାନଙ୍କ କଅଁଳ ମନ ଚୁର୍‌ମାର୍‌ ହୋଇଯାଉଛି। ଶେଷରେ ସେମାନେ ଆତ୍ମହତ୍ୟା ଭଳି ଚରମ ପନ୍ଥାକୁ ଆପଣାଉଛନ୍ତି। ବିଶେଷକରି ଓଡ଼ିଶାରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ବୃଦ୍ଧି ପାଉଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟ ୨୦୨୧ ଅନୁସାରେ, ଛାତ୍ରୀଛାତ୍ର ଆତ୍ମହତ୍ୟା ମାମଲାରେ ଓଡ଼ିଶା ଦେଶର ୫ମ ସ୍ଥାନରେ ରହିଛି। ଉକ୍ତବର୍ଷ ଓଡ଼ିଶାରେ ୮୩୪ଜଣ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରଥମରେ ମହାରାଷ୍ଟ୍ର (୧୯୩୪) ରହିଥିବାବେଳେ ଦ୍ୱିତୀୟରେ ମଧ୍ୟପ୍ରଦେଶ (୧୩୦୮), ତୃତୀୟରେ ତାମିଲନାଡ଼ୁ (୧୨୪୬) ଏବଂ ଚତୁର୍ଥରେ କର୍ନାଟକ (୮୫୫) ରହିଛି। ଓଡ଼ିଶାରେ ରୁଜୁ ହୋଇଥିବା ମୋଟ ମାମଲାରେ ଛାତ୍ରଙ୍କ ସଂଖ୍ୟା ୬୯୭ ହୋଇଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୧୩୭ ରହିଛି। ତେବେ ଛାତ୍ରଙ୍କ ଆତ୍ମହତ୍ୟା ମାମଲାରେ ୧୦୬୪ ସଂଖ୍ୟା ସହ ମହରାଷ୍ଟ୍ର ପ୍ରଥମ ସ୍ଥାନରେ ରହିଛି। ସେହିପରି ମହାରାଷ୍ଟ୍ରରେ ୭୭୦ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ମଧ୍ୟ ରହିଛି।
ତେବେ ରିପୋର୍ଟ ଅନୁଯାୟୀ, ୨୦୨୦ରେ ଓଡ଼ିଶା ୧୪୬୯ ଛାତ୍ରୀଛାତ୍ର ଆତ୍ମହତ୍ୟା ମାମଲା ସହ ଦ୍ୱିତୀୟ ସ୍ଥାନରେ ରହିଥିଲା। ତେବେ ଛାତ୍ର ଆତ୍ମହତ୍ୟା ମାମଲାରେ ପ୍ରଥମସ୍ଥାନରେ ରହିଥିଲା, ଅର୍ଥାତ୍‌ ଓଡ଼ିଶାରେ ସର୍ବାଧିକ ୧୦୪୨ଜଣ ଛାତ୍ର ଆତ୍ମହତ୍ୟା କରିଥିଲେ। ସେହିଭଳି ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ୪୨୭ ରହିଥିବାବେଳେ ୭୫୮ଜଣ ଛାତ୍ରୀ ଆତ୍ମହତ୍ୟା ମାମଲା ସହ ମହାରାଷ୍ଟ୍ର ପ୍ରଥମରେ ରହିଥିଲା। ତେବେ ଛାତ୍ରୀଛାତ୍ରଙ୍କ ମାମଲାରେ ୧୯୪୮ ସଂଖ୍ୟା ସହ ପ୍ରଥମରେ ମହାରାଷ୍ଟ୍ର ରହିଥିବାବେଳେ ୧୧୫୮ ସଂଖ୍ୟା ସହ ମଧ୍ୟପ୍ରଦେଶ ତୃତୀୟରେ ରହିଥିଲା। ସେହିପରି ୨୦୧୯ ଏନ୍‌ସିଆର୍‌ବି ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ମାମଲା ସଂଖ୍ୟା ୩୭୯ ରହିଥିଲା। ଏହି ସଂଖ୍ୟା ସହ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ୧୪ତମ ସ୍ଥାନରେ ରହିଥିଲା। ମୋଟ ମାମଲାରୁ ୧୯୫ ଛାତ୍ର ରହିଥିବାବେଳେ ଛାତ୍ରୀ ୧୮୪ ଜଣ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri