ଘର ଖୋଲା ଦେଖି ସବୁ ସୁନାଗହଣା ଲୁଟିନେଇ ଚାଲିଗଲେ ମହିଳା ଭିକାରୀ, ସିସିଟିଭି ଦେଖି…

ରାୟଗଡ଼ା,୧।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ରାଣିଗୁଡ଼ା ଫାର୍ମ ଦିତୀୟ ଲେନର ମହେଶ କୁମାରଙ୍କ ଘରେ ଦିନ ୧୧ ସମୟରେ ଦିବାଲୋକରେ କଳା କନା ବୁଲାଇଦେଇଛନ୍ତି ଦୃର୍ବୁତ୍ତ। ମହେଶ କୁମାରଙ୍କ ଘରୁ ସୋମବାର ୧୧ଟା ବେଳେ ୭ ଭରି ସୁନା ଚୋରି ହୋଇଥିବା ନେଇ ଥାନାରେ ଏତଲା ଦିଆଯାଇଛି।

ଘଟଣାରୁ ପ୍ରକାଶ ଯେ, ମହେଶ ଓ ତାଙ୍କ ପରିବାର କୌଣସି ଏକ କାର୍ଯ୍ୟକ୍ରମକୁ ଯିବା ପାଇ ବାହାରିଥିଲେ। ଏହି ସମୟରେ ତାଙ୍କ ଘର ଲୋକେ ଆଲମିରାରୁ ସୁନା ଗହଣା ବାହାର କରିଥିଲେ ପିନ୍ଧିବା ପାଇଁ। ହେଲେ କୌଣସି କାମ ପାଇଁ ଘର ଖୋଲା ରଖି ପ୍ରଥମ ମହଲାକୁ ଯାଇଥିଲେ। ଫେରିବା ବେଳେ ଘରେ କେହି ପଶି ସୁନା ଚୋରି କରିନେଇଥିବା ଦେଖିବାକୁ ପାଇଥିଲେ। ଏନେଇ ପୋଲିସ ଏତଲା ଦେବା ପରେ ପୋଲିସ ଏସ୍‌ଆଇ ମନୋଜ ଜେନା ଓ ଟିମ ଆସି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ସିସିଟିଭି ଫୁଟେଜରେ ଉକ୍ତ ସମୟରେ ଜଣେ ଗର୍ଭବତୀ ମହିଳା ତାଙ୍କ ଘରେ ପଶି କିଛି ସମୟ ପରେ ବାହାରି ଯାଇଥିବା ଦେଖିବାକୁ ପାଇଥିଲା ପୋଲିସ। ତେବେ ପୋଲିସ ବର୍ତ୍ତମାନ ଉକ୍ତ ମହିଳାଙ୍କୁ ଖୋଜୁଥିବା ନେଇ ଜଣାପଡିଛି।

ପ୍ରକାଶ ଥାଉକି ରାୟଗଡ଼ା ସହରକୁ ବାହାରୁ ଆସି ବହୁ ଫେରିବାଲା ଓ ଖୁଚୁରା ବେପାରୀ ଦିନରେ ସାମଗ୍ରୀ ବିକ୍ରୀ କରି ରାତିରେ ଚୋରି କରୁଛନ୍ତି। ତେବେ ବର୍ତ୍ତମାନ ଏହିଭଳି ଦିନରେ ଚୋରି କରିବା ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ଏନେଇ ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି ଯେ, ବାହାର ରାଜ୍ୟରୁ ଏଠାକୁ ଆସିଥିବା ଲୋକଙ୍କୁ ଖୋଜି ସେମାନଙ୍କୁ ଟ୍ରେନ ଯୋଗେ ସହରରୁ ବାହାରକୁ ସେମାନଙ୍କ ଗାଁକୁ ପଠାଯାଉଛି। ତେବେ ଲୋକେ ମଧ୍ୟ ସଚେତନ ରହିବା ସହ ଭଡାଟିଆଙ୍କ ସମସ୍ତ ସଠିକ ସୂଚନା ସଂଗ୍ରହ କରି ପୋଲିସ ନିକଟରେ ଦାଖଲ କରିବାକୁ ଅନୁରୋଧ କରିଛନ୍ତି। ଏହାଦ୍ବାରା ପୋଲିସ ନଜର ରଖିବା ସହିତ ସେମାନଙ୍କ ସତ୍ୟାସତ୍ୟ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁବିଧା ହେବ ବୋଲି ଆଇଆଇସି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?