ଅଳିଆ ଗଦାରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, ପୋଲିସ ହାତରେ ଲାଗିଲା ମେଡିକାଲ ରସିଦ

ରାୟଗଡ଼ା,୧୮।୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହର ନୂତନ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ର ଅଳିଆ ଗଦାରୁ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ସହିତ ଏକ ସରକାରୀ ଚିକିତ୍ସାଳୟର ରସିଦ ମଧ୍ୟ ଥିବା ଦେଖାଯାଇଛି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ଘଟଣାରୁ ପ୍ରକାଶ ଯେ, ସହର ପରିମଳ ବ୍ୟବସ୍ଥା ପାଇଁ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀ ସଫେଇ କରୁଥିବା ବେଳେ ବସଷ୍ଟାଣ୍ଡର ବିପରୀତ ଦିଗରେ ଏକ ନବଜାତ ଶିଶୁପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏହା ଦେଖିବା ପରେ କଂଗ୍ରେସ ନେତା ଭବାନୀ ଶଙ୍କର ଜେନାଙ୍କୁ ସୂଚନା ଦେଇଥିଲେ। ଭବାନୀ ଜେନା ସେଠାରେ ପହଞ୍ଚିବା ପରେ ପୋଲିସ ଓ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଜବତ ହୋଇଥିବା ମେଡିକାଲ ରସିଦରେ କାଶିପୁର ବ୍ଲକ ଡଙ୍ଗାସିଲ ଅନ୍ତର୍ଗତ ବାମନିପୁଟ ଗ୍ରାମର ଜଣେ ମହିଳା ଓ ତାଙ୍କ ସ୍ବାମୀଙ୍କ ନାମ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri