ବସ୍‌ ମିଳିବନି କହି ଘରକୁ ଡାକିଲେ, ପରେ ବିବାହିତା ମହିଳାଙ୍କୁ ବୁଦାକୁ ନେଇ ବଳାତ୍କାର; କାନ୍ଦି କାନ୍ଦି…

ରାୟଗଡ଼ା,୧୯।୧୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ାରେ ଲଜ୍ଜା। ସହରରେ ଅନ୍ଧାର ରାତିରେ ଜଣେ ବିବାହିତ ମହିଳାଙ୍କୁ ବଳାତ୍କାର କରାଯାଇଛି। ଏନେଇ ବିବାହିତ ମହିଳାଜଣଙ୍କ ସ୍ବାମୀଙ୍କ ସହ ମଙ୍ଗଳବାର ବିଳମ୍ବିତ ରାତିରେ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ଏସଡିପିଓ ଗୌରହରି ସାହୁଙ୍କ ନେତୃତ୍ୱରେ ପୋଲିସ ତଦନ୍ତ ଆରମ୍ଭ କରି ବଳାତ୍କାର କରିଥିବା ସନ୍ଦେହରେ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡ଼ିଛି ।
ତେବେ ପୀଡ଼ିତାଙ୍କ ସ୍ବାମୀଙ୍କ ଅଭିଯୋଗନୁସାରେ କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକର ଏହି ଦମ୍ପତି ତାମିଲନାଡ଼ୁ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ମଙ୍ଗଳବାର ରାୟଗଡ଼ାକୁ ଟ୍ରେନ ଯୋଗେ ଫେରିଥିଲେ। ରାତି ୮ଟା ସମୟରେ ନିଜ ଗାଁକୁ ଫେରିବା ପାଇଁ ରାୟଗଡ଼ା ବସଷ୍ଟାଣ୍ଡରେ ବସକୁ ଅପେକ୍ଷା କରିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଅଭିଯୁକ୍ତ ଯୁବକ କେଉଁଆଡେ ଯିବ ବୋଲି ଉକ୍ତ ଦମ୍ପତିଙ୍କୁ ପଚାରିଥିଲେ। ଦମ୍ପତି ବନ୍ଧୁଗାଁକୁ ବସ ପାଇଁ ଅପେକ୍ଷା କରିଛୁ ବୋଲି କହିଥିଲେ। ତେବେ ବଳାତ୍କାର ଅଭିଯୁକ୍ତ ବତ୍ତର୍ର୍ମାନ ଆଉ ବନ୍ଧୁଗାଁକୁ ବସ ମିଳିବ ନାହିଁ ଏବଂ ମୋ ଘରେ ରହିଯାଅ ବୋଲି ସେମାନଙ୍କୁ କହିଥିଲେ। ପ୍ରଥମେ ପୀଡ଼ିତା ମହିଳାଙ୍କ ସ୍ବାମୀଙ୍କୁ ନେଇ ଏକ ଦୋକାନରେ ଛାଡ଼ି ଟିଫିନ ଆଣି ଆସୁଛି କହି ସେଠାରୁ ଚାଲିଯାଇଥିଲେ । ସେଠାରୁ ଆସି ପୀଡ଼ିତାଙ୍କୁ କୋଇଲାପଡ଼ା ନିକଟସ୍ଥ ବୁଦାକୁ ନେଇ ବଳାତ୍କାର କରିଥିଲେ। ତେବେ ସ୍ତ୍ରୀ ଦୀର୍ଘ ସମୟ ଧରି ନ ଫେରିବାରୁ ସ୍ବାମୀ ବସଷ୍ଟାଣ୍ଡ ଆସି ସ୍ତ୍ରୀଙ୍କୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ । ପରେ ସ୍ବାମୀ ଖୋଜାଖୋଜି କରୁଥିବା ବେଳେ ପୀଡ଼ିତା କାନ୍ଦି କାନ୍ଦି ଆସୁଥିବା ଦେଖିବାକୁ ପାଇଥିଲେ । ଏହାପରେ ସ୍ତ୍ରୀ ସମସ୍ତ ଘଟଣା ସ୍ବାମୀଙ୍କୁ ଜଣାଇବା ପରେ ଉଭୟ ଯାଇ ରାୟଗଡ଼ା ଟାଉନ ଥାନାରେ ଏତଲା ଦେଇଥିଲେ ।
ଏନେଇ ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁଙ୍କୁ ପଚାରିବାରୁ ପୀଡ଼ିତା ଲିଖିତ ଅଭିଯୋଗକୁ ଭିତ୍ତି କରି କେସ ନଂ ୪୩୧ରେ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରିବା ସହିତ ଘଟଣାର ତଦନ୍ତ ଚାଲିଛି ବୋଲି କହିଛନ୍ତି । ମହିଳାଙ୍କ ବୟାନ ମୁତାବକ ବଳାତ୍କାର ଘଟଣା ଘଟିଥିବା ସ୍ଥାନକୁ ଯାଇ ସେଠାରେ ତଦନ୍ତ କରାଯାଇଛି ବୋଲି କହିଛନ୍ତି ଏସଡିପିଓ ସାହୁ । ତେବେ ଟାଉନ ଥାନାରେ ୨୦୦ ମିଟର ଦୂରରେ ରହିଥିବା ବସଷ୍ଟାଣ୍ଡ ନିକଟରେ ସିସି କ୍ୟାମେରା ଲାଗିଥିଲେ ମଧ୍ୟ ଅପରାଧୀ ଅପରାଧ କରିବାକୁ ଭୟ କରୁନାହାନ୍ତି । ଅନ୍ୟପଟେ ଏହି ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବା ପାଇଁ ପୀଡ଼ିତା ମହିଳା ଓ ତାଙ୍କ ସ୍ବାମୀ ଦାବି କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri