‘୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ’ : ଆଉ ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଆସିଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ କରାଯିବ ବୋଲି ସୋମବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ୧୮ ବର୍ଷ ବୟସରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ମଙ୍ଗଳବାର ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ମେ’ ୧ରୁ ଓଡ଼ିଶା ଯୁବବର୍ଗଙ୍କୁ ଟିକାକରଣ ନେଇ ବ୍ୟବସ୍ଥା କରାଯିବ। ଟିକା ଦେବା ପାଇଁ ରାଜ୍ୟରେ ଅଧିକ ସେସନ ସାଇଟ୍‌ ଓ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ସେ କହିଛନ୍ତି। କୋଓ୍ବିନ ଆପ୍‌ ଓ ସ୍ପଟ୍‌ ରେଜିଷ୍ଟ୍ରେଶନ ମାଧ୍ୟମରେ ପଞ୍ଜୀକରଣ କରାଯିବା ପରେ ଟିକାକରଣ ହେବ। ତେବେ ରାଜ୍ୟ ସରକାର ଟିକା ଆଣିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଗାଇଡ୍‌ଲାଇନ୍‌ ପରେ ଟିକା ଆଣିବେ କି ନାହିଁ ସେନେଇ ସରକାର ନିଷ୍ପତ୍ତି ନେବେ। ଅନ୍ୟପଟେ ସରକାରୀ ଓ ଘରୋଇ ହସ୍‌ପିଟାଲରେ ପୂର୍ବଭଳି ଟିକାକରଣ ଚାଲୁ ରହିବ। ମଙ୍ଗଳବାର ଓଡ଼ିଶାକୁ ୧ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଆସିଛି। ବର୍ତ୍ତମାନ ରାଜ୍ୟର ୯୦୦ କେନ୍ଦ୍ରରେ ଟିକାକରଣ ଚାଲିଥିବାବେଳେ ସହରାଞ୍ଚଳଗୁଡ଼ିକରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ସମୟରେ ଟିକାକରଣ ବନ୍ଦ ରହିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri