ଓଡ଼ିଶାକୁ ମିଳିଲା ୫୨୪ କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୬।୧୧: ଚଳିତ ଆର୍ଥିକ ବର୍ଷର ପ୍ରଥମ ୩ ମାସ (ଏପ୍ରିଲରୁ ଜୁନ୍‌)ର ଅବଧି ପାଇଁ କେନ୍ଦ୍ର ସରକାର ବଳକା ଜିଏସ୍‌ଟି କ୍ଷତିପୂରଣ ଆକାରରେ ଓଡ଼ିଶାକୁ ୫୨୪ କୋଟି ଟଙ୍କା ନିକଟରେ ପ୍ରଦାନ କରିଛନ୍ତି। ଏପରିକି କେନ୍ଦ୍ର ସରକାର ମଧ୍ୟ ବଳକା ଜିଏସ୍‌ଟି କ୍ଷତିପୂରଣ ବାବଦକୁ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପ୍ରାୟ ୧୭,୦୦୦ କୋଟି ଟଙ୍କା ଯୋଗାଇ ଦେଇଥିବା ଜଣାପଡ଼ିଛି। ଉପରୋକ୍ତ ପରିମାଣ ଅର୍ଥ ରାଶି ସମେତ ବର୍ତ୍ତମାନ ସୁଦ୍ଧା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୧,୧୫,୬୬୨ କୋଟି ଟଙ୍କାର କ୍ଷତି ପୂରଣ ଯୋଗାଇ ଦିଆଯାଇଛି।
ସେହିଭଳି ୨୦୨୨ ଅକ୍ଟୋବର ସୁଦ୍ଧା ମୋଟ୍‌ ୭୨,୧୪୭କୋଟି ଟଙ୍କାର ସେସ୍‌ ସଂଗ୍ରହ ହୋଇଥିବା ସତ୍ତ୍ବେ କେନ୍ଦ୍ର ସରକାର ନିଜସ୍ବ ଉତ୍ସରୁ ବଳକା ୪୩,୫୧୫ କୋଟି ଟଙ୍କାର କ୍ଷତିପୂରଣ ରାଶି ରାଜ୍ୟଗୁଡ଼ିକୁ ଯୋଗାଇ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଏହି ବଳକା ଜିଏସ୍‌ଟି କ୍ଷତିପୂରଣ ଆକାରରେ ମହାରାଷ୍ଟ୍ରକୁ ସର୍ବାଧିକ ୨୦୮୧ କୋଟି ଟଙ୍କା ଦେଇଥିବା ବେଳେ ପୁଡୁଚେରୀକୁ ସର୍ବନିମ୍ନ ୭୩ କୋଟି ଟଙ୍କା ଦିଆଯାଇଛି।
ଅପରପକ୍ଷରେ କେନ୍ଦ୍ର ସରକାର ଏହି ଅର୍ଥରାଶି ଜାରି କରିବା ସହ ଚଳିତ ଆର୍ଥିକ ବର୍ଷର ମାର୍ଚ୍ଚ ସୁଦ୍ଧା ସଂଗ୍ରହ କରାଯିବାକୁ ଥିବା ଆନୁମାନିକ ସେସ୍‌ର ସମ୍ପୂର୍ଣ୍ଣ ପରିମାଣକୁ ମଧ୍ୟ ଅଗ୍ରିମ ଆକାରରେ ରାଜ୍ୟଗୁଡ଼ିକୁ କ୍ଷତିପୂରଣ ଭାବେ ଯୋଗାଇ ଦେଇଛନ୍ତି। ରାଜ୍ୟଗୁଡ଼ିକୁ ସେମାନଙ୍କର ସମ୍ବଳ ପରିଚାଳନାରେ ସହାୟତା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସେମାନେ ଚଳିତ ଆର୍ଥିକ ବର୍ଷରେ ନିଜର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ, ବିଶେଷ କରି ପୁଞ୍ଜି ବ୍ୟୟ କାର୍ଯ୍ୟକ୍ରମକୁ ସଫଳତା ପୂର୍ବକ କାର୍ଯ୍ୟକାରୀ କରିପାରିବେ ବୋଲି କୁହାଯାଇଛି। ଚଳିତ ବର୍ଷ ମେ’ମାସରେ ଜିଏସ୍‌ଟି କ୍ଷତିପୂରଣ ପାଣ୍ଠିରେ ମାତ୍ର ୨୫ ହଜାର କୋଟି ଟଙ୍କା ଥିବା ସତ୍ତ୍ବେ କେନ୍ଦ୍ର ସରକାର ୨୦୨୨ ଫେବୃୟାରୀରୁ ମେ ମଧ୍ୟରେ ରାଜ୍ୟଗୁଡ଼ିକୁ ପ୍ରାରମ୍ଭିକ ଜିଏସ୍‌ଟି କ୍ଷତିପୂରଣ ଆକାରରେ ୮୬,୯୧୨ କୋଟି ଟଙ୍କା ଯୋଗାଇ ଦେଇଥିଲେ। ଏଥିପାଇଁ କେନ୍ଦ୍ର ସରକାର ନିଜସ୍ବ ଉତ୍ସରୁ ୬୨ ହଜାର କୋଟି ଟଙ୍କାର ପାଣ୍ଠି ଯୋଗାଡ଼ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri