ଓଡ଼ିଶାକୁ ମିଳିଲା ୫୨୪ କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୬।୧୧: ଚଳିତ ଆର୍ଥିକ ବର୍ଷର ପ୍ରଥମ ୩ ମାସ (ଏପ୍ରିଲରୁ ଜୁନ୍‌)ର ଅବଧି ପାଇଁ କେନ୍ଦ୍ର ସରକାର ବଳକା ଜିଏସ୍‌ଟି କ୍ଷତିପୂରଣ ଆକାରରେ ଓଡ଼ିଶାକୁ ୫୨୪ କୋଟି ଟଙ୍କା ନିକଟରେ ପ୍ରଦାନ କରିଛନ୍ତି। ଏପରିକି କେନ୍ଦ୍ର ସରକାର ମଧ୍ୟ ବଳକା ଜିଏସ୍‌ଟି କ୍ଷତିପୂରଣ ବାବଦକୁ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପ୍ରାୟ ୧୭,୦୦୦ କୋଟି ଟଙ୍କା ଯୋଗାଇ ଦେଇଥିବା ଜଣାପଡ଼ିଛି। ଉପରୋକ୍ତ ପରିମାଣ ଅର୍ଥ ରାଶି ସମେତ ବର୍ତ୍ତମାନ ସୁଦ୍ଧା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୧,୧୫,୬୬୨ କୋଟି ଟଙ୍କାର କ୍ଷତି ପୂରଣ ଯୋଗାଇ ଦିଆଯାଇଛି।
ସେହିଭଳି ୨୦୨୨ ଅକ୍ଟୋବର ସୁଦ୍ଧା ମୋଟ୍‌ ୭୨,୧୪୭କୋଟି ଟଙ୍କାର ସେସ୍‌ ସଂଗ୍ରହ ହୋଇଥିବା ସତ୍ତ୍ବେ କେନ୍ଦ୍ର ସରକାର ନିଜସ୍ବ ଉତ୍ସରୁ ବଳକା ୪୩,୫୧୫ କୋଟି ଟଙ୍କାର କ୍ଷତିପୂରଣ ରାଶି ରାଜ୍ୟଗୁଡ଼ିକୁ ଯୋଗାଇ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଏହି ବଳକା ଜିଏସ୍‌ଟି କ୍ଷତିପୂରଣ ଆକାରରେ ମହାରାଷ୍ଟ୍ରକୁ ସର୍ବାଧିକ ୨୦୮୧ କୋଟି ଟଙ୍କା ଦେଇଥିବା ବେଳେ ପୁଡୁଚେରୀକୁ ସର୍ବନିମ୍ନ ୭୩ କୋଟି ଟଙ୍କା ଦିଆଯାଇଛି।
ଅପରପକ୍ଷରେ କେନ୍ଦ୍ର ସରକାର ଏହି ଅର୍ଥରାଶି ଜାରି କରିବା ସହ ଚଳିତ ଆର୍ଥିକ ବର୍ଷର ମାର୍ଚ୍ଚ ସୁଦ୍ଧା ସଂଗ୍ରହ କରାଯିବାକୁ ଥିବା ଆନୁମାନିକ ସେସ୍‌ର ସମ୍ପୂର୍ଣ୍ଣ ପରିମାଣକୁ ମଧ୍ୟ ଅଗ୍ରିମ ଆକାରରେ ରାଜ୍ୟଗୁଡ଼ିକୁ କ୍ଷତିପୂରଣ ଭାବେ ଯୋଗାଇ ଦେଇଛନ୍ତି। ରାଜ୍ୟଗୁଡ଼ିକୁ ସେମାନଙ୍କର ସମ୍ବଳ ପରିଚାଳନାରେ ସହାୟତା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସେମାନେ ଚଳିତ ଆର୍ଥିକ ବର୍ଷରେ ନିଜର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ, ବିଶେଷ କରି ପୁଞ୍ଜି ବ୍ୟୟ କାର୍ଯ୍ୟକ୍ରମକୁ ସଫଳତା ପୂର୍ବକ କାର୍ଯ୍ୟକାରୀ କରିପାରିବେ ବୋଲି କୁହାଯାଇଛି। ଚଳିତ ବର୍ଷ ମେ’ମାସରେ ଜିଏସ୍‌ଟି କ୍ଷତିପୂରଣ ପାଣ୍ଠିରେ ମାତ୍ର ୨୫ ହଜାର କୋଟି ଟଙ୍କା ଥିବା ସତ୍ତ୍ବେ କେନ୍ଦ୍ର ସରକାର ୨୦୨୨ ଫେବୃୟାରୀରୁ ମେ ମଧ୍ୟରେ ରାଜ୍ୟଗୁଡ଼ିକୁ ପ୍ରାରମ୍ଭିକ ଜିଏସ୍‌ଟି କ୍ଷତିପୂରଣ ଆକାରରେ ୮୬,୯୧୨ କୋଟି ଟଙ୍କା ଯୋଗାଇ ଦେଇଥିଲେ। ଏଥିପାଇଁ କେନ୍ଦ୍ର ସରକାର ନିଜସ୍ବ ଉତ୍ସରୁ ୬୨ ହଜାର କୋଟି ଟଙ୍କାର ପାଣ୍ଠି ଯୋଗାଡ଼ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri