କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ ସମ୍ଭାବ୍ୟ ତାତି ଏବଂ ଗୁଳୁଗୁଳିକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଯଥାସମ୍ଭବ ସତର୍କ ରହିବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି । ଅତି ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା ପାଇଁ ମଧ୍ୟ ପାଣିପାଗ ବିଭାଗ କହିଛି। ଉଭୟ ସହରରେ ପ୍ରବଳ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।