‘ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଦେଶ ପାଇଁ ଉଦାହରଣ’

କଟକ ଅଫିସ,୧୪।୫: ରାଜ୍ୟର ଅନୁଗୋଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ, ସମ୍ବଲପୁର ଜିଲାରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଛି। ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ, ଆଇନଜୀବୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ଅନୁଗୋଳଠାରେ ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର ଜିଲା, ବାଲେଶ୍ୱରଠାରେ ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, ଭଦ୍ରକ ଜିଲା, କୋରାପୁଟଠାରେ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଜିଲା, ଗଞ୍ଜାମଠାରେ ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ ଏବଂ ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଜିଲା କୋର୍ଟଗୁଡ଼ିକ ଉପକୃତ ହେବ ବୋଲି ହାଇକୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି।
କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀଠାରେ ଶନିବାର ଆୟୋଜିତ କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟ ବିଚାରପତି ସୂର୍ଯ୍ୟ କାନ୍ତ ଆଭାସୀ ମାଧ୍ୟମରେ ୫ଟି ଆଞ୍ଚଳିକ ଜୁଡିସିଆଲ ଏକାଡେମୀକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀଗୁଡ଼ିକ ଦେଶ ପାଇଁ ଉଦାହରଣ ହୋଇଛି। ସାଧାରଣ ଲୋକଙ୍କୁ ନ୍ୟାୟ ଦେବାରେ ଜିଲାକୋର୍ଟଗୁଡ଼ିକର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜିଲାକୋର୍ଟଗୁଡ଼ିକର କାର୍ଯ୍ୟକାରିତାରେ ଜୁଡିସିଆଲ ଏକେଡେମୀ ବହୁ ଭାବେ ସହାୟକ ହୋଇପାରିବ। ଓଡ଼ିଶା ହାଇକୋର୍ଟ ଏବଂ ରାଜ୍ୟ ସରକାରଙ୍କର ଏହା ଏକ ମହତ୍‌ ଉଦ୍ୟମ ବୋଲି ସେ କହିଥିଲେ। ସେହିପରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଜୁଡିସିଆଲ ଏକାଡେମୀଗୁଡ଼ିକର ପ୍ରତିଷ୍ଠା ପାଇଁ ହାଇକୋର୍ଟ ଓ ଜିଲାକୋର୍ଟ ବିଚାରପତିମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଏଥିସହ ସେ କହିଥିଲେ, ରାଜ୍ୟର ଭୌଗୋଳିକ ଅବସ୍ଥିତିକୁ ବିଚାର କରାଯାଇ ଜୁଡିସିଆଲ ଏକାଡେମୀଗୁଡ଼ିକୁ ନିକଟତମ ଜିଲାଗୁଡ଼ିକର କ୍ଲଷ୍ଟର ଭାବେ ଚୟନ କରାଯାଇଛି। ବୈଷୟିକ ଜ୍ଞାନକୌଶଳ ଉପଯୋଗ କରି ବିଭିନ୍ନ ତାଲିମ କାର୍ଯ୍ୟକ୍ରମ କରାଇବା ପୂର୍ବାପେକ୍ଷା ସହଜ ହେବ। ଏହାଦ୍ୱାରା ସମୟ ଓ ଅର୍ଥ ନଷ୍ଟ ହେବ ନାହିଁ ବୋଲି ସେ କହିଥିଲେ।
ହାଇକୋର୍ଟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡଙ୍ଗୀ ସ୍ବାଗତ ଭାଷଣ ଦେଇ ଗତ ୫ ବର୍ଷ ମଧ୍ୟରେ ଓଡ଼ିଶା ଜୁଡିସିଆଲ ଏକାଡେମୀରେ ୩୦୦ ତାଲିମ କାର୍ଯ୍ୟକ୍ରମ ହୋଇଥିବା ସୂଚନା ଦେଇଥିଲେ। ବିଚାରପତି ବିରଜା ପ୍ରସନ୍ନ ଶତପଥୀ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ବହୁ ବିଚାରପତି ଉପସ୍ଥିତ ଥିଲେ। ସେହିପରି ଆଭାସୀ ମାଧ୍ୟମରେ ଜିଲାକୋର୍ଟଗୁଡ଼ିକରେ ବିଚାର ବିଭାଗୀୟ ଅଧିକାରୀମାନେ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri