ହାଇସ୍କୁଲରେ ୧,୦୬୧ ପୋଷ୍ଟ ଗ୍ରାଜୁଏଟ୍‌ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କିଭଳି କରିବେ ଆବେଦନ…

ଭୁବନେଶ୍ୱର,୧୫।୩(ଅସମାପିକା ସାହୁ): ରାଜ୍ୟରେ ଖାଲି ପଡ଼ିଥିବା ୧୦୬୧ ପୋଷ୍ଟ ଗ୍ରାଜୁଏଟ୍‌(ସ୍ନାତକୋତ୍ତର) ଶିକ୍ଷକ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ହାଇସ୍କୁଲ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ଗୁଡିକ ପାଇଁ ୨୩ ଗୋଟି ବିଭିନ୍ନ ବିଷୟରେ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଷ୍ଟାଫ୍‌ ସିଲେକ୍ସନ କମିଶନ(ଏସ୍‌ଏସ୍‌ସି) ମାଧ୍ୟମରେ ଆବେଦନପତ୍ର ଗ୍ରହଣ କରାଯାଉଅଛି। ଏହି ପଦବୀ ପାଇଁ ୪୪,୯୦୦ରୁ ୧,୪୨,୪୦୦ ଟଙ୍କା ମଧ୍ୟରେ ଦରମା ପ୍ରଦାନ କରାଯିବ। ଯୋଗ୍ୟ ଏବଂ ଇଚ୍ଛୁକ ପ୍ରାର୍ଥୀମାନେ ଷ୍ଟାଫ୍‌ ସିଲେକ୍ସନ ବୋର୍ଡର ଉପଲବ୍ଧ ୱେବ୍‌ସାଇଟ www.ssbodisha.ac.in କୁ ଯାଇ ଅନଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ। ଆସନ୍ତା ୧୮ ତାରିଖ ଅପରାହ୍ନ ୧ ଟାରୁ ୧୮ ଏପ୍ରିଲ ରାତି ୧୧.୪୫ ପର୍ଯ୍ୟନ୍ତ ଆଶାୟୀ ଆବେଦନ କରିପାରିବେ। ସବିଶେଷ ବିବରଣୀ ପାଇଁ ଉପରୋକ୍ତ ୱେବ୍‌ସାଇଟ୍‌କୁ ପରିଦର୍ଶନ କରିବାକୁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri