ଓଡ଼ିଶା ନଦୀବାଲି ନୀତିକୁ ମଞ୍ଜୁରୀ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ ନଦୀବାଲିର ସୁବିନିଯୋଗ ଓ ସୁପରିଚାଳନା ପାଇଁ ଓଡ଼ିଶା ନଦୀବାଲି ନୀତି-୨୦୨୧ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବାଲି ଚାହିଦା ଯୋଗାଣ, ଅଟକଳ, ବାଲି ଉତ୍ସ ଚିହ୍ନଟ, ବାଲି ଉତ୍ସର ଡିଜିପିଏସ୍‌ ସର୍ଭେ, ନିଲାମ ଅଧିକାରୀ, ମାଇନିଂ ପ୍ଲାନ ଅନୁମୋଦନ, ପରିବେଶ ମଞ୍ଜୁରୀ ଓ ଅନ୍ୟାନ୍ୟ ବୈଧାନିକ ମଞ୍ଜୁରୀ, ବାଲିଖାଦାନ ପରିଚାଳନା, ଆନ୍ତଃ ରାଜ୍ୟ ପରିବହନ ଏବଂ ତଦାରଖ ଓ ପ୍ରବର୍ତ୍ତନ ଇତ୍ୟାଦି ଏହି ବାଲି ନୀତିର ପ୍ରମୁଖ ବୈଶିଷ୍ଟ୍ୟ ରହିଛି । ରାଜସ୍ବ ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଓଡ଼ିଶା ବାଲି ଚିଠା ନୀତିକୁ ରାଜ୍ୟ କ୍ୟାବିିନେଟ ଅନୁମୋଦନ କରିଛି। ଓଡ଼ିଶା ଖଣି ଓ ଭୂତତ୍ତ୍ୱ ସେବାର ଖଣିିଜ ପ୍ରଶାସନ ଓ୍ବିଙ୍ଗ ପାଇଁ କ୍ୟାଡର ନିୟମାବଳୀ ପରିବର୍ତ୍ତନ କରାଯାଇ ଓଡ଼ିଶା ଖଣିଜ ପ୍ରଶାସନ ସେବା କ୍ୟାଡର(ନିଯୁକ୍ତି ନିୟମ ଏବଂ ସେବା ସର୍ତ୍ତାବଳୀ) ୨୦୨୧ ପ୍ରକାଶ କରାଯାଇଛି। ଏହାଦ୍ୱାରା ଉନ୍ନତ ଖଣିଜ ପ୍ରଶାସନ ମାଧ୍ୟମରେ ଖଣିଜ ବିକାଶକୁ ସୁନିଶ୍ଚିତ କରିବା ସହିତ ରାଜ୍ୟରେ ଖଣିଜ ରାଜସ୍ବ ଆୟ ବୃଦ୍ଧିରେ ସହାୟକ ହୋଇପାରିବ। ଖଣି ଓ ଇସ୍ପାତ ବିଭାଗ ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri