ଡ୍ରାଇଭିଂ ବେଳେ ରିଲ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ପରିବହନ ବିଭାଗର କଡା ନିର୍ଦ୍ଦେଶ

ଭୁବନେଶ୍ୱର,୧୫।୯: ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା ଭିଡିଓ ପ୍ରସ୍ତୁତକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ପରେ ଜାରି ହୋଇଛି।

ଖୋର୍ଦ୍ଧା ଅତିରିକ୍ତ ଆରଟିଓ, ଜଗତସିଂହପୁର ଓ ଭୁବନେଶ୍ୱର-I ଆରଟିଓ ଏବଂ ପୋଲିସ ସହଯୋଗରେ ଖୋର୍ଦ୍ଧାର ହଳଦିଆରେ ଏକ ସ୍କୁଲ ସାମ୍ନାରେ ରିଲ୍‌ ତିଆରି କରୁଥିବା ଏକ ଗାଡ଼ି ଜବତ କରିଛନ୍ତି। ଭାଇରାଲ ଭିଡିଓରେ ଡ୍ରାଇଭର ଷ୍ଟିୟରିଂ ନ ଧରି ଷ୍ଟଣ୍ଟ କରୁଥିବା ଦେଖାଯାଇଥିଲା। ଡ୍ରାଇଭରଙ୍କୁ ଜୋରିମାନା କରାଯାଇ ତାଙ୍କ ଲାଇସେନ୍ସ ସସ୍ପେଣ୍ଡ ଓ ଗାଡ଼ିର ରେଜିଷ୍ଟ୍ରେସନ ବାତିଲ ପାଇଁ ପଦକ୍ଷେପ ନିଆଯାଇଛି।

ଅନ୍ୟ ଏକ ଘଟଣାରେ, ଭୁବନେଶ୍ୱର-II ଆରଟିଓ ଏକ ଦମ୍ପତିଙ୍କ ରିଲ୍‌ ତିଆରି ପାଇଁ ବ୍ୟବହୃତ ମୋଟରସାଇକେଲ ଜବତ କରିଛନ୍ତି। ଡ୍ରାଇଭରଙ୍କୁ ଦଣ୍ଡ ଓ ଲାଇସେନ୍ସ ସସ୍ପେଣ୍ଡ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

ଏହା ସହ, କୋରାପୁଟ ଜିଲାର ବରିନିପୁଟା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଡ଼ିତ ଟ୍ରକର ରେଜିଷ୍ଟ୍ରେସନ ବାତିଲ କରାଯାଇଛି। ମଦ୍ୟପ ଅବସ୍ଥାରେ ଗାଡ଼ି ଚଳାଉଥିବା ଡ୍ରାଇଭରଙ୍କ ଲାଇସେନ୍ସ ସସ୍ପେଣ୍ଡ କରାଯାଇ ତାଙ୍କୁ ଅଟକ ରଖାଯାଇଛି। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ମୋଟର ଯାନ ଆଇନ ଓ ଭାରତୀୟ ନ୍ୟାୟ ସଂହିତା (ବିଏନଏସ) ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri