ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ

ଭୁବନେଶ୍ୱର,୧୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତଙ୍କର ମଙ୍ଗଳବାର ସା ୭ଟାରେ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ଗତ ରବିବାର କଟକର ବିଜୁ ପଟ୍ଟନାୟକ ଛକଠାରେ ସେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଥିବାବେଳେ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗର ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ନିର୍ଦ୍ଦେଶକ ଦିଲୀପ ରାଉତରାଏ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ସଂଗ୍ରାମ ଜେନାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମରଶରୀରକୁ ପୁରୀ ସ୍ବର୍ଗଦ୍ୱାର ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।
ଧର୍ମାନନ୍ଦ ରାଉତ ଓ ପ୍ରମିଳା ଦେବୀଙ୍କ ପୁତ୍ର ପ୍ରବୋଧ ଏକାଧାରରେ ଜଣେ କବି, ଗୀତିକାର ଓ ନାଟ୍ୟକାର ଥିଲେ। ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପଦ ସହିତ ଓକାକ୍‌ରେ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ୱରେ ଥିଲେ। ସେ ଜଗତ୍‌ସିଂହପୁର ଜିଲାର କାଦୁଆପଡ଼ା ଗ୍ରାମ ନିକଟସ୍ଥ ଗୋପାଳପୁର ଗ୍ରାମରେ ୧୯୭୦ ମସିହା ମେ ୧୫ରେ ଜନ୍ମଗ୍ରହଣ କରିଥିଲେ। ସେ କଟକଠାରେ ସହଧର୍ମିଣୀ, ପୁଅ ଓ ଝିଅଙ୍କ ସହିତ ରହୁଥିଲେ। ରାଉତ ରେଭେନ୍‌ଶା ମହାବିଦ୍ୟାଳୟରୁ ଅର୍ଥନୀତିରେ ସ୍ନାତକୋତ୍ତର ଶିକ୍ଷା ପରେ ଆଇନ, ସମବାୟ ପରିଚାଳନା ଓ ରପ୍ତାନି ପରିଚାଳନାରେ ଉଚ୍ଚତର ଶିକ୍ଷା ଲାଭ କରିଥିଲେ। ସେ କବିତା ପୁସ୍ତକ ‘ଅଳ୍ପ ଅଶିଣ ପାପ’ ଏବଂ ଏକାଙ୍କିକା ପୁସ୍ତକ ‘ଦ ମିଷ୍ଟ୍ରି ଅଫ୍‌ ଦ ବ୍ରୋକନ ଟ୍ରଙ୍କ୍‌’ ଏବଂ ଗଳ୍ପ ସଙ୍କଳନ ‘ଅଜନ୍ତା ଏଲୋରା ପରି’ ପ୍ରଭୃତି ରଚନା କରିଥିଲେ। ସେ ବେତାର ନାଟକ ପୁରସ୍କାର-୨୦୦୪, ରାଜ୍ୟ କୃଷି ବିପଣନ ପରିଷଦ ପକ୍ଷରୁ କିଷାନ ପରିବାର ସମ୍ମାନ, ଫକୀରମୋହନ ସ୍ମୃତି ସଂସଦ ସମ୍ମାନ, ରାଷ୍ଟ୍ରୀୟ କିଷାନ ପରିବାର ସମ୍ମାନ, ଆଦିକବି ସାରଳା ଦାସ ସାରସ୍ବତ ସମ୍ମାନ, ଶ୍ରେଷ୍ଠ ଯୁବ ସାହିତି୍ୟକ ସମ୍ମାନ, ଜାତୀୟ ସାହିତ୍ୟ ରତ୍ନ ସମ୍ମାନ-୨୦୧୭ ଆଦି ବିଭିନ୍ନ ସମ୍ମାନରେ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri