ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ

ଭୁବନେଶ୍ୱର,୧୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତଙ୍କର ମଙ୍ଗଳବାର ସା ୭ଟାରେ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ଗତ ରବିବାର କଟକର ବିଜୁ ପଟ୍ଟନାୟକ ଛକଠାରେ ସେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଥିବାବେଳେ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗର ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ନିର୍ଦ୍ଦେଶକ ଦିଲୀପ ରାଉତରାଏ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ସଂଗ୍ରାମ ଜେନାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମରଶରୀରକୁ ପୁରୀ ସ୍ବର୍ଗଦ୍ୱାର ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।
ଧର୍ମାନନ୍ଦ ରାଉତ ଓ ପ୍ରମିଳା ଦେବୀଙ୍କ ପୁତ୍ର ପ୍ରବୋଧ ଏକାଧାରରେ ଜଣେ କବି, ଗୀତିକାର ଓ ନାଟ୍ୟକାର ଥିଲେ। ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପଦ ସହିତ ଓକାକ୍‌ରେ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ୱରେ ଥିଲେ। ସେ ଜଗତ୍‌ସିଂହପୁର ଜିଲାର କାଦୁଆପଡ଼ା ଗ୍ରାମ ନିକଟସ୍ଥ ଗୋପାଳପୁର ଗ୍ରାମରେ ୧୯୭୦ ମସିହା ମେ ୧୫ରେ ଜନ୍ମଗ୍ରହଣ କରିଥିଲେ। ସେ କଟକଠାରେ ସହଧର୍ମିଣୀ, ପୁଅ ଓ ଝିଅଙ୍କ ସହିତ ରହୁଥିଲେ। ରାଉତ ରେଭେନ୍‌ଶା ମହାବିଦ୍ୟାଳୟରୁ ଅର୍ଥନୀତିରେ ସ୍ନାତକୋତ୍ତର ଶିକ୍ଷା ପରେ ଆଇନ, ସମବାୟ ପରିଚାଳନା ଓ ରପ୍ତାନି ପରିଚାଳନାରେ ଉଚ୍ଚତର ଶିକ୍ଷା ଲାଭ କରିଥିଲେ। ସେ କବିତା ପୁସ୍ତକ ‘ଅଳ୍ପ ଅଶିଣ ପାପ’ ଏବଂ ଏକାଙ୍କିକା ପୁସ୍ତକ ‘ଦ ମିଷ୍ଟ୍ରି ଅଫ୍‌ ଦ ବ୍ରୋକନ ଟ୍ରଙ୍କ୍‌’ ଏବଂ ଗଳ୍ପ ସଙ୍କଳନ ‘ଅଜନ୍ତା ଏଲୋରା ପରି’ ପ୍ରଭୃତି ରଚନା କରିଥିଲେ। ସେ ବେତାର ନାଟକ ପୁରସ୍କାର-୨୦୦୪, ରାଜ୍ୟ କୃଷି ବିପଣନ ପରିଷଦ ପକ୍ଷରୁ କିଷାନ ପରିବାର ସମ୍ମାନ, ଫକୀରମୋହନ ସ୍ମୃତି ସଂସଦ ସମ୍ମାନ, ରାଷ୍ଟ୍ରୀୟ କିଷାନ ପରିବାର ସମ୍ମାନ, ଆଦିକବି ସାରଳା ଦାସ ସାରସ୍ବତ ସମ୍ମାନ, ଶ୍ରେଷ୍ଠ ଯୁବ ସାହିତି୍ୟକ ସମ୍ମାନ, ଜାତୀୟ ସାହିତ୍ୟ ରତ୍ନ ସମ୍ମାନ-୨୦୧୭ ଆଦି ବିଭିନ୍ନ ସମ୍ମାନରେ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri