୧୫ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଉତ୍ସବ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବ। ୨୦୧୫ ଓ ୨୦୧୬ ମସିହା ପାଇଁ ଓଡ଼ିଆ ସାହିତ୍ୟର ୯ଟି ବିଭାଗରେ ୧୦ଜଣ ଲେଖାଏ ସାହିତ୍ୟ ପ୍ରତିଭାଙ୍କୁ ପୁରସ୍କୃତ କରାଯିବ। ଏହାସହ ୨୦୧୯ ପାଇଁ ୧୫ଜଣ ସାହିତି୍ୟକଙ୍କୁ ଓଡ଼ିଆ ସାହିତ୍ୟ ଏକଡେମୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ। ସମସ୍ତ ପୁରସ୍କୃତ ଓ ସମ୍ବର୍ଦ୍ଧିତ ପ୍ରତିଭାଙ୍କୁ ଏକାଡେମୀର ବର୍ଦ୍ଧିତ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ସୁଚିସ୍ମିତା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟ ଐତିହ୍ୟ କ୍ୟାବିନେଟ୍‌ରେ ସଂସ୍କୃତି ବିଭାଗ ଦ୍ବାରା ପରିଚାଳିତ ବିଭିନ୍ନ ଏକାଡେମୀ ପୁରସ୍କାର ରାଶି ବୃଦ୍ଧି କରାଯାଇଥିଲା। ଅତିବଡୀ ପୁରସ୍କାର ରାଶିକୁ ୧ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଏକାଡ଼େମୀର ପୁରସ୍କାର ରାଶିକୁ ୫୦ହଜାରରୁ ୨ ଲକ୍ଷ ଟଙ୍କା ଓ ଏକାଡେମୀର ସମ୍ବର୍ଦ୍ଧନା ପୁରସ୍କାର ରାଶିକୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ନିକଟରେ ୨୦୧୯ ପାଇଁ ବିଶିଷ୍ଟ କଥାକାର ତଥା ଔପନାସିକା ବୀଣାପାଣି ମହାନ୍ତିଙ୍କୁ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ବାବଦରେ ୧ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା। ସେହି ସମୟରେ ସମ୍ବର୍ଦ୍ଧନା ପାଇଁ ଚୟନ ହୋଇଥିବା ପ୍ରତିଭାଙ୍କୁ ବର୍ଦ୍ଧିତ ରାଶି ପ୍ରଦାନ କରାଯିବାକୁ ଥିବାବେଳେ ବୀଣାପାଣିଙ୍କୁ ଅତିବଡୀ ପୁରସ୍କାର ବାବଦରେ କାହିଁକି ପୂର୍ବରୁ ଥିବା ପୁରସ୍କାର ରାଶି ପ୍ରଦାନ କରାଗଲା ବୋଲି ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ତେବେ ଏନେଇ ବିଚାର କରାଯିବ ବୋଲି ଏକାଡେମୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri