ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରକୁ ସବୁଜ ସଙ୍କେତ

କଟକ ଅଫିସ,୧୯ା୧: ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ପାଇଁ ରହିଥିବା ଅଦାଲତ କଟକଣା ଏବେ ଅପସରି ଯାଉଛି। ଏହି ପୁରସ୍କାର ପ୍ରଦାନ ଉପରେ ଜାରି ହୋଇଥିବା ରହିତାଦେଶ ହଟାଇବା ନିମନ୍ତେ ରାଜ୍ୟ ସରକାର କରିଥିବା ଆବେଦନକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ପୁରସ୍କାର ପ୍ରଦାନ ଉପରେ ଜାରି ହୋଇଥିବା ରହିତାଦେଶକୁ ହାଇକୋର୍ଟ ବୁଧବାର ଉଠାଇ ଦେଇଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ସାହିତ୍ୟ ଏକାଡେମୀର ନିଜସ୍ବ ନିୟମ ନ ଥିବା ଏବଂ ରାଜ୍ୟ ସରକାର ନିଜ ଇଚ୍ଛା ମୁତାବକ ପୁରସ୍କାର ପ୍ରଦାନ କରୁଥିବା ଅଭିଯୋଗ କରି ହାଇକୋର୍ଟରେ ଏକ ମାମଲା ଦାଏର ହୋଇଥିଲା। ଉକ୍ତ ମାମଲାର ଆବେଦନ ଉପରେ ଶୁଣାଣି କରି ହାଇକୋର୍ଟ ପୁରସ୍କାର ପ୍ରଦାନ ଉପରେ ରୋକ ଲଗାଇଥିଲେ। ଫଳରେ ପୁରସ୍କାର ଦିଆଯାଇ ପାରୁ ନ ଥିଲା। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇବା ସହ ରହିତାଦେଶ ଉଠାଇବାକୁ ଆବେଦନ କରିଥିଲେ। ସୂଚନାଯୋଗ୍ୟ, ୨୦୧୮ ପରଠାରୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri