ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ ଜାତିସଂଘ ପକ୍ଷରୁ ସ୍ବୀକୃତି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ଗୁଣ୍ଡଳବା ଗ୍ରାମର ସୌମ୍ୟ ରଞ୍ଜନ ବିଶ୍ୱାଳ ସ୍ଥାନ ପାଇଛନ୍ତି। ୨୦୨୨ ଅଗଷ୍ଟ ୧୨ରୁ ୨୦୨୪ ଅଗଷ୍ଟ ୧୨ ଯାଏ ୨ବର୍ଷ ପାଇଁ ସ୍ବୀକୃତି ପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜାତିସଂଘ ଭାରତର ରେସିଡେଣ୍ଟ କୋଅର୍ଡିନେଟର ଶୋମ୍ବି ଶାର୍ପ, ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟର ସଚିବ ସଞ୍ଜୟ କୁମାର, ୟୁଏନ୍‌ଡିପି ମୁଖ୍ୟ ଶୋକା ନୋଡା, ୟୁନିସେଫ୍‌ ମୁଖ୍ୟ ୟାସୁମାସା କିମୁରା ପ୍ରମୁଖଙ୍କ ସମେତ ଜାତିସଂଘ ଓ ଭାରତ ସରକାରଙ୍କ ବିଭାଗୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଜଳବାୟୁ ପରିବର୍ତ୍ତନ ପ୍ରଭାବକୁ ଅନୁଭବ କରି ଉପକୂଳ ଜୈବ ବିବିଧତା ସୁରକ୍ଷା ପାଇଁ ସୌମ୍ୟ ନିଜସ୍ବ ଅଭିନବ ଉପାୟରେ କାମ କରୁଛନ୍ତି। ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ଲୁଣା ଜଙ୍ଗଲ ସୁରକ୍ଷା ଓ ନଦୀ ପ୍ରଦୂଷଣ ରୋକିବା ପାଇଁ ସେ ପ୍ରୟାସ ଜାରି ରଖିବା ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏ ପ୍ରକାର କାର୍ଯ୍ୟଧାରା ପାଇଁ ପୂର୍ବରୁ ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇବା ସହ ଉପଖଣ୍ଡସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ପୁରସ୍କାର ପାଇଛନ୍ତି। ସେହିପରି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ, ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ପାଖରୁ ପ୍ରଶଂସିତ ହୋଇଛନ୍ତି। ତାଙ୍କ ନେତୃତ୍ୱରେ ହୋଇଥିବା ଅନେକ କାର୍ଯ୍ୟ ଜାତୀୟ ସ୍ତରରେ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କ ସମେତ ବିଭିନ୍ନ ସ୍ତରରେ ପ୍ରଶଂସିତ ହୋଇଛି। ଉଲ୍ଲେଖଯୋଗ୍ୟ, ସୌମ୍ୟ ଗତବର୍ଷ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଜଳବାୟୁ ପରିବର୍ତ୍ତନକୁ ନେଇ ଆୟୋଜିତ ଯୁବ ସମ୍ମିଳନୀରେ ଯୁବବକ୍ତା ଭାବେ ଯୋଗଦେଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri