ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାକୁ ଉନ୍ମୋଚନ କରିଛନ୍ତି। ଏଣିକି ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଏହି ଆପ୍‌ ମାଧ୍ୟମରେ ଗ୍ରହଣ କରାଯାଇପାରିବ। ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ ଅଭିନବ ପଦକ୍ଷେପ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଭର୍ଚୁଆଲରେ ଯୋଗଦେଇ କହିଲେ, ଏହି ଆପ୍‌ ମାଧ୍ୟମରେ ଉପସ୍ଥାନ ସହିତ ସେମାନେ କି ପ୍ରକାର ଡିଜିଟାଲ ମାଧ୍ୟମ ଯଥା ସ୍ମାର୍ଟଫୋନ, କମ୍ପ୍ୟୁଟର, ସାଧାରଣ ମୋବାଇଲ୍‌ ଫୋନ୍‌ ବ୍ୟବହାର କରୁଛନ୍ତି ତାହା ମଧ୍ୟ ଜାଣିହେବ। ଏହାକୁ ସବୁ ଜିଲାରେ ସୁଚାରୁରୂପେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ଶିକ୍ଷୟତ୍ରୀଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଇଛି ବୋଲି ସାହୁ କହିଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା କହିଲେ, ଇ-ଉପସ୍ଥାନ ମାଧ୍ୟମରେ ବିଭାଗର ତଥ୍ୟ ସଂଗ୍ରହ ପ୍ରକ୍ରିୟା ଉନ୍ନତ ତଥା ତ୍ୱରାନ୍ବିତ ହୋଇପାରିବ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦ୍ଦେଶକ, ଜିଲା ଶିକ୍ଷା ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ ଏବଂ ଓସେପାର ବିଭିନ୍ନ ପ୍ରଭାଗର ମୁଖ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri