ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସହରର ସମସ୍ତ ସ୍କୁଲ, କଲେଜ ବନ୍ଦ

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତି ଗମ୍ଭୀର ରହିଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାନୁଆରୀ ୧୬ ଅର୍ଥାତ୍ ଶୁକ୍ରବାର ସୁନ୍ଦରଗଡ଼ ମୁନିସିପାଲିଟି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ଦରଗଡ଼ ଜିଲାପାଳ ଶୁଭଙ୍କର ମହାପାତ୍ର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଏକ ସାମାନ୍ୟ କଳିରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିଲା। ଏହି ସଂଘର୍ଷରେ ପଥର ମାଡ଼ ସହ ଖଣ୍ଡାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

ଏହି ହିଂସାରେ ୪ ଜଣ ପୋଲିସ କର୍ମଚାରୀଙ୍କ ସମେତ ଅତିକମରେ ୧୨ ଜଣ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଏକ କାର୍, ସ୍କୁଟି ଏବଂ ପିକଅପ୍ ଭ୍ୟାନକୁ ପୋଡ଼ି ଦେଇଥିବା ଜଣାପଡ଼ିଛି।

ଗୁଜବକୁ ରୋକିବା ପାଇଁ ଗୁରୁବାର ସନ୍ଧ୍ୟା ୬ଟାରୁ ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ସାରା ସହରରେ BNS ଧାରା ୧୬୩ (ପୂର୍ବରୁ ୧୪୪) ଜାରି କରାଯାଇ ପାଞ୍ଚ ଜଣରୁ ଅଧିକ ଲୋକ ଏକାଠି ହେବା ଉପରେ କଟକଣା ଲଗାଯାଇଛି।

ପରିସ୍ଥିତି ନିୟନ୍ତ୍ରଣ ପାଇଁ ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏବଂ ଏସପି ଅମ୍ରିତ ପାଲ କୌର ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଶାନ୍ତି ବଜାୟ ରଖିବା ପାଇଁ ଖୁବଶୀଘ୍ର ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ସହରବାସୀଙ୍କୁ ଶାନ୍ତି ରକ୍ଷା କରିବାକୁ ଏବଂ କୌଣସି ଗୁଜବରେ ବିଶ୍ୱାସ ନକରିବାକୁ ପ୍ରଶାସନ ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri