Posted inରାଜ୍ୟ

ଗଣଶିକ୍ଷା ବିଭାଗର ନିଷ୍ପତ୍ତି: ସ୍କୁଲରେ ମିଳିବ ପାଣି ପିଇବା ପାଇଁ ବ୍ରେକ୍

ଭୁବନେଶ୍ୱର,୪।୪: ରାଜ୍ୟରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ପିଇବାକୁ ପିଲା ମାନଙ୍କୁ ବିରତି ମିଳିବ। ନିୟମିତ ବ୍ୟବଧାନରେ ଜଳ ବିରତି ଘଣ୍ଟି ବଜାଇବା ନେଇ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ନିଆଯାଇଛି ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ। ଏବେ ସକାଳୁଆ ଚାଲୁଥିବାରୁ ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ଘଣ୍ଟି ବାଜିବ।

ଅନ୍ୟପଟେ ପ୍ରବଳ ଖରା ପାଇଁ ସ୍କୁଲ ସମୟରେ ପରିବର୍ତନ କରିଛି ବଲାଙ୍ଗିର ଜିଲା ପ୍ରଶାସନ। ସକାଳ ସାଢ଼େ ୬ଟାରୁ ଦିନ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସାଢ଼େ ୧୦ ଯାଏଁ ଚାଲିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ରାଜ୍ୟରେ ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଜିଲା ଗୁଡ଼ିକରେ ଅଧିକ ଗରମ ଅନୁଭୂତ ହେଉଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri