Posted inରାଜ୍ୟ

ଦେଶରେ କମୁଛି, ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢ଼ୁଛି ଅପରାଧ

ନୂଆଦିଲ୍ଲୀ,୧୫।୯: ୨୦୧୯ ତୁଳନାରେ ସାରା ଦେଶରେ ମହିଳା ବିରୋଧୀ ଅପରାଧ ହ୍ରାସ ପାଇଥିବା ବେଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବୃଦ୍ଧି ପାଇଛି। ମହିଳାଙ୍କ ପ୍ରତି ହିଂସା କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଦ୍ୱିତୀୟ ସ୍ଥାନରେ ଥିବାବେଳେ ପଶ୍ଚିମବଙ୍ଗ ସର୍ବାଗ୍ରେ ରହିଛି। ଏହା ଦର୍ଶାଇଛି ଜାତୀୟ ଅପରାଧ ରେକଡର୍‌ସ ବ୍ୟୁରୋ (ଏନ୍‌ସିଆରବି) ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ।

ଏନ୍‌ସିଆରବିର ୨୦୨୦ ରିପୋର୍ଟ ଅନୁଯାୟୀ, ସାରା ଦେଶରେ ପୂର୍ବ ବର୍ଷ ତୁଳନାରେ ୮.୩% ମହିଳା ବିରୋଧୀ ଅପରାଧ ହ୍ରାସ ପାଇଛି। ଏ କ୍ଷେତ୍ରରେ ୨୦୧୯ରେ ମୋଟ ୪ ଲକ୍ଷ ୫ ହଜାର ୩୨୬ଟି ମାମଲା ରୁଜୁ ହୋଇଥିଲା। ତାହା ୨୦୨୦ରେ ୩ ଲକ୍ଷ ୭୧ ହଜାର ୫୦୩କୁ ହ୍ରାସ ପାଇଛି। କିନ୍ତୁ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ଯଥାକ୍ରମେ ୧୮% ଓ ୯% ବୃଦ୍ଧି ପାଇଛି। ଅର୍ଥାତ୍‌ ଓଡ଼ିଶାରେ ୨୦୧୯ରେ ୨୩,୧୮୩ଟି ମହିଳା ବିରୋଧୀ ହିଂସା ମାମଲା ରୁଜୁ ହୋଇଥିବାବେଳେ ୨୦୨୦ରେ ୨୫,୪୮୯ଟି ମାମଲା ରୁଜୁ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ଯଥାକ୍ରମେ ୨୯,୮୫୯ ଏବଂ ୩୬,୪୩୯ଟି ମାମଲା ରୁଜୁ କରାଯାଇଛି। ସ୍ବାମୀ କିମ୍ବା ସମ୍ପର୍କୀୟଙ୍କ ଦ୍ୱାରା କ୍ରୂରତା (୩୦%) ଅଭିଯୋଗରେ ଅଧିକାଂଶ ମାମଲା ରୁଜୁ ହୋଇଛି। ସେହିପରି ମହିଳାଙ୍କୁ ଦବାଇ ରଖିବା ଉଦ୍ଦେଶ୍ୟରେ ଆକ୍ରମଣ (୨୩%), ଅପହରଣ (୧୬.୮%) ଏବଂ ବଳାତ୍କାର (୭.୫%) ଆଦି ପ୍ରମୁଖ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri