ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଓ କୋରାପୁଟରେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା ସହ ଉତ୍ତର ଉପକୂଳବର୍ତ୍ତୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ଅନ୍ୟାନ୍ୟ ଅଞ୍ଚଳରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରେକର୍ଡ କରାଯାଇଥିବାବେଳେ ବିଶେଷକରି ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ବୁଧବାରଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ।

ଅନ୍ୟପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ମଙ୍ଗଳବାର ଓ ବୁଧବାର କଳାହାଣ୍ଡି ଏବଂ ସୁନ୍ଦରଗଡ଼ରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। କୋରାପୁଟ ଓ କନ୍ଧମାଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଏଥିସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍‌ସିଂହପୁର ଓ ଅନୁଗୋଳରେ ଶୀତ ଲହରି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଅପରାହ୍ନରୁ ୧୮ ତାରିଖ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri