ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଓ କୋରାପୁଟରେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା ସହ ଉତ୍ତର ଉପକୂଳବର୍ତ୍ତୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ଅନ୍ୟାନ୍ୟ ଅଞ୍ଚଳରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରେକର୍ଡ କରାଯାଇଥିବାବେଳେ ବିଶେଷକରି ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍‌ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ବୁଧବାରଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ।

ଅନ୍ୟପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ମଙ୍ଗଳବାର ଓ ବୁଧବାର କଳାହାଣ୍ଡି ଏବଂ ସୁନ୍ଦରଗଡ଼ରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। କୋରାପୁଟ ଓ କନ୍ଧମାଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଏଥିସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍‌ସିଂହପୁର ଓ ଅନୁଗୋଳରେ ଶୀତ ଲହରି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଅପରାହ୍ନରୁ ୧୮ ତାରିଖ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?