ଅବପାତ ପାଇଁ ବଢ଼ିଗଲା ଶୀତ

ଭୁବନେଶ୍ୱର,୮ା୧(ଅନୁରାଧା ମହାରଣା): ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ୨ ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ମାତ୍ର ଏହାପରେ କ୍ରମାଗତଃ ଭାବେ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଭାରତୀୟ ପାଣିପାଗ ବିଭାଗର ପୂର୍ୱାନୁମାନକୁ ଆଧାର କରି ସେ କହିଛନ୍ତି, ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଅବପାତ ଗୁରୁବାର ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ମାତ୍ର ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ନାହିଁ।
ଅନ୍ୟପଟେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୋଲ୍ଡ ଓ୍ୱେଭ୍‌ ଓ କୁହୁଡ଼ିକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ରାଜ୍ୟର ସର୍ୱନିମ୍ନ ରାତି ତାପମାତ୍ରା ଫୁଲବାଣୀରେ ୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ଛତ୍ରପୁର ଓ ପାରଳାଖେମୁଣ୍ଡିରେ ସର୍ୱାଧିକ ରାତି ତାପମାତ୍ରା ୧୫ ଡିଗ୍ରୀ ରହିଥିଲା। ଅନ୍ୟପଟେ ଦାରିଙ୍ଗବାଡିରେ ସର୍ୱନିମ୍ନ ଦିନ ତାପାମାତ୍ରା ୨୩.୫ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ଝାରସୁଗୁଡ଼ାରେ ସର୍ୱାଧିକ ୨୯.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା। ଗୁରୁବାର ବୌଦ୍ଧ, ନୟାଗଡ଼ ଓ କୋରାପୁଟ ଜିଲାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିବ। ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ସେହିଭଳି ଜଗତ୍‌ସିଂହପୁର, କଟକ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦୁଝର, ଢ଼େଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, ସୋନପୁର ଓ ନବରଙ୍ଗପୁରକୁ କୋହଲା ପବନ ପାଇଁ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri