ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ୧୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରି, ସେମିଳିଗୁଡ଼ା ଓ ଫୁଲବାଣୀରେ ତାପମାତ୍ରା ୫ ଡିଗ୍ରୀ ଓ ଏହା ତଳେ ରହିଛି। ବିଭାଗ ପକ୍ଷରୁ ରେକର୍ଡ ତଥ୍ୟ ଅନୁଯାୟୀ, ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ରହିଥିବାବେଳେ ସେମିଳିଗୁଡାରେ ୫.୨, ଫୁଲବାଣୀରେ ୫.୫, ଦାରିଙ୍ଗିବାଡ଼ିରେ ୬, କୋରାପୁଟରେ ୬.୪, ଝାରସୁଗୁଡ଼ାରେ ୬.୫, ରାଉରକେଲାରେ ୭, ଅନୁଗୋଳରେ ୮, ନବରଙ୍ଗପୁରରେ ୮.୬, କିରେଇରେ ୮.୭, ଭବାନୀପାଟଣାରେ ୯, ବଲାଙ୍ଗୀରରେ ୯.୪, ସୁନ୍ଦରଗଡ଼ରେ ୯.୫, କେନ୍ଦୁଝର ଓ ସୋନପୁରରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଏଥିସହ ବିଭାଗ ପକ୍ଷରୁ ଜାନୁଆରୀ ୩ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଓ ବୁଧବାର ପାଇଁ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ,ବାଲେଶ୍ୱର ଜିଲାକୁ ଘନ କୁହୁଡି ପାଇଁ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଗୁରୁବାର ସୁନ୍ଦରଗଡ଼, କନ୍ଧମାଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଶୁକ୍ରବାର ସୁନ୍ଦରଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ ଏବଂ ଶନିବାର ଜଗତ୍‌ସିଂହପୁର ଓ ସୁନ୍ଦରଗଡ଼ ଜିଲାକୁ ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri