୩ରେ ଓଡ଼ିଶା ବନ୍ଦ ଡାକରା ସ୍ଥଗିତ

ପୁରୀ,୨୬ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆସନ୍ତା ୩ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ତେବେ ଏନେଇ ସୋମବାର ପୁଣିଥରେ ଶ୍ରୀଜଗନ୍ନାଥ ସେନା ଏବଂ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ହୋଇଛି। ଆଲୋଚନା ପରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏ ନେଇ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ଓଡ଼ିିଶା ବନ୍ଦ ଡାକରାକୁ ରାଜ୍ୟବାସୀଙ୍କ ଭଲ ପାଇବା ଓ ସମର୍ଥନକୁ ଦେଖି ପୁରୀ ଜିଲାପାଳ ଆଲୋଚନା କରିବାକୁ ବାଧ୍ୟ ହୋଇଥିଲେ। ସେହିପରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାରୁ ଆସିଥିବା ପ୍ରତିନିଧିମାନେ ଶ୍ରୀମନ୍ଦିର ଚାରିପାଖ ବୁଲି ନିରୀକ୍ଷଣ କରିଥିଲେ। କାର୍ଯ୍ୟ ଚାଲିଥିବାରୁ ବଡ଼ ବଡ଼ ଗାତ ରହିଛି। ଫଳରେ ଭକ୍ତମାନେ ଯିବା ଆସିବା କଲେ ସମସ୍ୟା ଉପୁଜିବ। ଭକ୍ତଙ୍କ ଧନ ଜୀବନ କ୍ଷୟ ହେବାର ଆଶଙ୍କା ରହିଛି। ତେଣୁ ଶ୍ରୀମନ୍ଦିର ଚାରିପାଖରେ ଚାଲିଥିବା ପରିକ୍ରମା ମାର୍ଗ କାର୍ଯ୍ୟ ସମ୍ପନ୍ନ ପରେ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯିବ ବୋଲି ଜିଲାପାଳ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପରିକ୍ରମା ମାର୍ଗ କାର୍ଯ୍ୟ ଶେଷ ହେବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯିବା ନେଇ ଲିଖିତ ପ୍ରତିଶ୍ରୁତିକୁ ଆଧାର କରି ଆସନ୍ତା ୩ ତାରିଖରେ ହେବାକୁ ଥିବା ବନ୍ଦକୁ କାର୍ଯ୍ୟଶେଷ ହେବା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। କାର୍ଯ୍ୟ ସରିବା ପରେ ଯଦି ଚାରିଦ୍ୱାର ଖୋଲା ନ ଯାଏ, ତେବେ ପୁନଶ୍ଚ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ବନ୍ଦ ଡାକରା ଦିଆଯିବ। ସେହିପରି ହାଇକୋର୍ଟରେ ରତ୍ନଭଣ୍ଡାର ମାମଲା ବିଚାରାଧୀନ ଥିବାରୁ ରାୟ ଆସିବା ପରେ ଯାହା ନିଷ୍ପତ୍ତି ହେବ ସେହି ଅନୁଯାୟୀ କାର୍ଯ୍ୟ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ମଙ୍ଗଳବାର ଦୀପଦାନ କରାଯିବ ବୋଲି ପଟ୍ଟନାୟକ ସୂଚନା ଦେଇଛନ୍ତି। ସେହିପରି ଜିଲାପାଳ ସମର୍ଥ ବର୍ମା କହିଛନ୍ତି, କାର୍ଯ୍ୟ ସରିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅନ୍ୟମାନଙ୍କ ସହ ଆଲୋଚନା କରି ଚାରିଦ୍ୱାର ଖୋଲାଯିବା ନିଷ୍ପତ୍ତି ନିଆଯିବ। ରତ୍ନଭଣ୍ଡାର ମାମଲା କୋର୍ଟରେ ଥିବାରୁ ତାହା ଉପରେ କିଛି କହିବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri