୩ରେ ଓଡ଼ିଶା ବନ୍ଦ ଡାକରା ସ୍ଥଗିତ

ପୁରୀ,୨୬ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆସନ୍ତା ୩ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ତେବେ ଏନେଇ ସୋମବାର ପୁଣିଥରେ ଶ୍ରୀଜଗନ୍ନାଥ ସେନା ଏବଂ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା ହୋଇଛି। ଆଲୋଚନା ପରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏ ନେଇ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ଓଡ଼ିିଶା ବନ୍ଦ ଡାକରାକୁ ରାଜ୍ୟବାସୀଙ୍କ ଭଲ ପାଇବା ଓ ସମର୍ଥନକୁ ଦେଖି ପୁରୀ ଜିଲାପାଳ ଆଲୋଚନା କରିବାକୁ ବାଧ୍ୟ ହୋଇଥିଲେ। ସେହିପରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାରୁ ଆସିଥିବା ପ୍ରତିନିଧିମାନେ ଶ୍ରୀମନ୍ଦିର ଚାରିପାଖ ବୁଲି ନିରୀକ୍ଷଣ କରିଥିଲେ। କାର୍ଯ୍ୟ ଚାଲିଥିବାରୁ ବଡ଼ ବଡ଼ ଗାତ ରହିଛି। ଫଳରେ ଭକ୍ତମାନେ ଯିବା ଆସିବା କଲେ ସମସ୍ୟା ଉପୁଜିବ। ଭକ୍ତଙ୍କ ଧନ ଜୀବନ କ୍ଷୟ ହେବାର ଆଶଙ୍କା ରହିଛି। ତେଣୁ ଶ୍ରୀମନ୍ଦିର ଚାରିପାଖରେ ଚାଲିଥିବା ପରିକ୍ରମା ମାର୍ଗ କାର୍ଯ୍ୟ ସମ୍ପନ୍ନ ପରେ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯିବ ବୋଲି ଜିଲାପାଳ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପରିକ୍ରମା ମାର୍ଗ କାର୍ଯ୍ୟ ଶେଷ ହେବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯିବା ନେଇ ଲିଖିତ ପ୍ରତିଶ୍ରୁତିକୁ ଆଧାର କରି ଆସନ୍ତା ୩ ତାରିଖରେ ହେବାକୁ ଥିବା ବନ୍ଦକୁ କାର୍ଯ୍ୟଶେଷ ହେବା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। କାର୍ଯ୍ୟ ସରିବା ପରେ ଯଦି ଚାରିଦ୍ୱାର ଖୋଲା ନ ଯାଏ, ତେବେ ପୁନଶ୍ଚ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ବନ୍ଦ ଡାକରା ଦିଆଯିବ। ସେହିପରି ହାଇକୋର୍ଟରେ ରତ୍ନଭଣ୍ଡାର ମାମଲା ବିଚାରାଧୀନ ଥିବାରୁ ରାୟ ଆସିବା ପରେ ଯାହା ନିଷ୍ପତ୍ତି ହେବ ସେହି ଅନୁଯାୟୀ କାର୍ଯ୍ୟ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ମଙ୍ଗଳବାର ଦୀପଦାନ କରାଯିବ ବୋଲି ପଟ୍ଟନାୟକ ସୂଚନା ଦେଇଛନ୍ତି। ସେହିପରି ଜିଲାପାଳ ସମର୍ଥ ବର୍ମା କହିଛନ୍ତି, କାର୍ଯ୍ୟ ସରିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅନ୍ୟମାନଙ୍କ ସହ ଆଲୋଚନା କରି ଚାରିଦ୍ୱାର ଖୋଲାଯିବା ନିଷ୍ପତ୍ତି ନିଆଯିବ। ରତ୍ନଭଣ୍ଡାର ମାମଲା କୋର୍ଟରେ ଥିବାରୁ ତାହା ଉପରେ କିଛି କହିବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri