ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବନିର୍ମାଣ କୃଷକ ସଂଗଠନର ଦାବି ଅନୁଯାୟୀ ଧାନର ଅଭାବୀ ବିକ୍ରି , ସ୍ମାର୍ଟ ମିଟର ନାମରେ ଶୋଷଣକୁ ବିରୋଧ କରି ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବାବେଳେ ଏହାର ପ୍ରଭାବ ଭଦ୍ରକରେ ଦେଖାଯାଇଛି । ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଗେଲପୁର ଛକରେ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତାମାନେ। ଫଳରେ ଜାତୀୟ ରାଜପଥର ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଭଦ୍ରକ ସହରର ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟମାନେ ରାଜପଥ ଉପରେ ନାରାବାଜି କରିଛନ୍ତି । ସେହିପରି ଏହି ଓଡ଼ିଶା ବନ୍ଦ ଡାକରାକୁ ଓଡ଼ିଶା କୃଷକ ସଭା ସିପିଆଇଏମ ଦଳ ସହ ଜିଲା କଂଗ୍ରେସ ମଧ୍ୟ ସମର୍ଥନ ଦେଇ ଆନ୍ଦୋଳନରେ ସାମିଲ ହୋଇଛି । ତେବେ ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୧୬ ନମ୍ବର ଜାତୀୟ ରାଜପଥର ଉଭୟ ପାଶର୍‌ବରେ ହଜାର ହଜାର ସଂଖ୍ୟାରେ ଗାଡି ଅଟକି ରହିଛି । ଏହାକୁ କଂଗ୍ରେସ ମଧ୍ୟ ସମର୍ଥନ ଜଣାଇଛି। କଂଗ୍ରେସ ଜିଲା ସଭାପତି ନଳିନୀ ମହାନ୍ତିଟଙ୍କା ସମର୍ଥକଙ୍କ ସମେତ ନବରଙ୍ଗପୁର ନିର୍ମାଣର ତ୍ରିଲୋଚନ ପଣ୍ଡା, ସବୀର ଖାଁ, ଚନ୍ଦ୍ର ଶେଖର ନାୟକ ପ୍ରମୁଖ ବନ୍ଦ ରେ ସାମିଲ ହୋଇଛନ୍ତି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri