Posted inରାଜ୍ୟ

ପୋଲିସ SI ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ଭୁବନେଶ୍ୱର,୧।୧୧: ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମ୍‌ବ୍ରାଞ୍ଚକୁ ବଡ଼ ସଫଳତା। ରାକେଟ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ। ନେପାଳ ବର୍ଡର ସ୍ଥିତ ଉତ୍ତରାଖଣ୍ଡ ଅଞ୍ଚଳରୁ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ତେବେ ଘଟଣା ପରଠାରୁ ସେ ନେପାଳ ବର୍ଡରରେ ଆତ୍ମଗୋପନ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଏହି ଜାଲିଆତିରେ ବହୁ କୋଟି ଟଙ୍କାର ଠକେଇ ହୋଇଥିବା ତଦନ୍ତରୁ ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଏହି ରାକେଟର ମୁଖ୍ୟ ମାଷ୍ଟରମାଇଣ୍ଡଙ୍କୁ ଧରିବାକୁ ଚେଷ୍ଟା କରି ସଫଳ ହୋଇଛନ୍ତି। ଏପର୍ଯ୍ୟନ୍ତ ୧୧୪ ଜଣ ପ୍ରାର୍ଥୀ ଓ ୯ ଜଣ ଦଲାଲ ଗିରଫ ହୋଇଥିଲେ। ଅକ୍ଟୋବର ୨୯ରେ ବିଶେଷ ଭିଜିଲାନ୍ସ କୋର୍ଟ ୧୧୪ ଜଣ ପ୍ରାର୍ଥୀଙ୍କୁ ଶର୍ତସାପେକ୍ଷ ଜାମିନ ଦେଇଛନ୍ତି (୫୦,୦୦୦ ଟଙ୍କା ବଣ୍ଡ ଓ ୨ ଜଣ ଜାମିନଦାର)। ୭ ଜଣ ଦଲାଲଙ୍କ ଜାମିନ ନାମଞ୍ଜୁର ହୋଇଛି। ତେବେ ଠକେଇରେ ପ୍ରତ୍ୟେକ ପ୍ରାର୍ଥୀଠାରୁ ୨୫ ଲକ୍ଷ ଟଙ୍କା ନେଇ ଚାକିରି ନିଶ୍ଚିତ କରିବାର ପ୍ରତିଶ୍ରୁତି ଦିଆଯାଇଥିଲା। ଅନେକ ପ୍ରାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟ ବାହାରେ “ବିଶେଷ କୋଚିଂ” ନାମରେ ନିଆଯାଉଥିଲା। ସମ୍ପୂର୍ଣ୍ଣ ଟଙ୍କା ନମିଳିବା ପର୍ଯ୍ୟନ୍ତ ମୂଳ ସାର୍ଟିଫିକେଟ ଜବତ ରଖାଯାଉଥିଲା।
ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ଓଡ଼ିଶା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ପୂର୍ବରୁ ତାଙ୍କର ସହଯୋଗୀ ମୁନା ମହାନ୍ତି ସହ ୫ ଜଣ ଗିରଫ ହୋଇଛନ୍ତି। ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରିଛନ୍ତି। ଏହି ପରୀକ୍ଷା ବାତିଲ ହୋଇଛି। ଆଗାମୀ ଦିନରେ ନୂଆ ତାରିଖ ଘୋଷଣା ହେବ। ଘଟଣା ପରେ ପ୍ରକୃତ ପ୍ରାର୍ଥୀମାନେ ଭୁବନେଶ୍ୱରରେ ବିକ୍ଷୋଭ ଜାରି ରଖିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri