SI ପରୀକ୍ଷା ଘୋଟାଲା: ମୋଷ୍ଟ ୱାଣ୍ଟେଡ୍‌ ଦଲାଲ ମୁନା ମହାନ୍ତି ଗିରଫ

ଭୁବନେଶ୍ୱର,୧୬ା୧୦: ପୋଲିସ୍ SI ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ଓରଫ୍ ରିଙ୍କୁ ସମେତ ମୋଟ ୩ ଜଣଙ୍କୁ ଗିରଫ କରାଯାଇ ବ୍ରହ୍ମପୁର ନିଆଯାଇଛି। ମୁନାଙ୍କ କଳା ସାମ୍ରାଜ୍ୟ ନୟାଗଡ଼ ଦଶପଲ୍ଲା ପର୍ଯ୍ୟନ୍ତ ବ୍ୟାପିଥିବା ସୂଚନା ମିଳିଛି। ତାଙ୍କ ଦୁଇଟି ବ୍ରାଣ୍ଡ୍ ନ୍ୟୁ ଟିପର, ଯାହା ଗତ ୪ ମାସ ଓ ଏକ ବର୍ଷ ପୂର୍ବେ କିଣା ହୋଇଥିଲା, ଚୋରା ବାଲି ଚାଲାଣ ପାଇଁ ବ୍ୟବହୃତ ହେଉଥିବା ଜଣାପଡ଼ିଛି।

ଏହି ଟିପର କେଳେଙ୍କାରୀରୁ ମିଳିଥିବା ଟଙ୍କାରେ କିଣା ହୋଇଥିବା ଅଭିଯୋଗ ହେଉଛି। ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଚାଲିଥିବା ମାମଲାରେ କୋର୍ଟ କ୍ରାଇମବ୍ରାଞ୍ଚକୁ କେସଡାଏରୀ ଓ ଦସ୍ତାବିଜ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ୧୧୯ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୧୧୩ ଜଣ ଜାମିନ ଆବେଦନ କରିଛନ୍ତି। ମୁନା ପୂର୍ବରୁ ଦଶପଲ୍ଲାର ଏକ ଫାର୍ମ ହାଉସ୍‌ରେ ଲୁଚିଥିବା ସୂଚନା ଥିଲା, କିନ୍ତୁ କ୍ରାଇମବ୍ରାଞ୍ଚ ଚଢ଼ାଉ ପୂର୍ବରୁ ସେ ଚମ୍ପଟ ମାରିଥିଲେ। ଏବେ ତାଙ୍କୁ ଗିରଫ କରାଯିବା ପରେ ଏହି କେଳେଙ୍କାରୀର ଅନେକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି। ଏହି ମାମଲାରେ ଆହୁରି କେତେ ରହସ୍ୟ ଖୋଲିବ, ତାହା ଏବେ ଦେଖିବାର ବିଷୟ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?