ତୀରନ୍ଦାଜ ଏବଂ ସ୍ପୋର୍ଟ କ୍ଲାଇମ୍ବିଂ ପାଇଁ ପ୍ରତିଷ୍ଠା ହେବ ହାଇ ପରଫରମାନ୍ସ ସେଣ୍ଟର, ଟାଟା ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୩।୧୨: ଭାରତୀୟ କ୍ରୀଡା ଜଗତର ଭବିଷ୍ୟତ ପାଇଁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ତୀରନ୍ଦାଜ ଏବଂ ସ୍ପୋର୍ଟ କ୍ଲାଇମ୍ବିଂ ପାଇଁ ହାଇ ପରଫରମାନ୍ସ ସେଣ୍ଟର ପ୍ରତିଷ୍ଠା କରିବାକୁ ଟାଟା ଷ୍ଟିଲ ସହିତ ହାତ ମିଶାଇଛନ୍ତି ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବୁଧବାର ଓଡିଶା ଏବଂ ଟାଟା ଷ୍ଟିଲ ମଧ୍ୟରେ ଏକ ବୁଝାମଣାପତ୍ର ସ୍ଵାକ୍ଷର ହୋଇଛି।

ଏହି ବିଭାଗରେ ଆଥଲେଟ୍ମାନଙ୍କ ବିକାଶ ପାଇଁ ଭୁବନେଶ୍ୱରରେ ଓଡିଶା ଟାଟା ତୀରନ୍ଦାଜ ଏକାଡେମୀ ଏବଂ ଓଡିଶା ଟାଟା ଷ୍ଟିଲ୍ ଆଡଭେଞ୍ଚର ଫାଉଣ୍ଡେସନ୍ ସ୍ପୋର୍ଟ କ୍ଲାଇମ୍ବିଂ ଏକାଡେମୀ ପ୍ରତିଷ୍ଠା ହେବ। ତୀରନ୍ଦାଜ ପାଇଁ ଆଞ୍ଚଳିକ ବିକାଶ କେନ୍ଦ୍ର ମଧ୍ୟ ପ୍ରତିଷ୍ଠା କରାଯିବ ଯେତେବେଳେ ଉଭୟ ଏକାଡେମୀ ମଧ୍ୟ ତୃଣମୂଳ ସ୍ତରରେ କାର୍ଯ୍ୟକ୍ରମ ପରିଚାଳନା କରିବେ।

ଏଠାରେ ଥିବା ବିଶେଷଜ୍ଞମାନେ ତୃଣମୂଳ ସ୍ତରରେ ଦକ୍ଷ ଖେଳାଳି ମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଆନ୍ତର୍ଜାତୀୟ ସ୍ତରରେ ପ୍ରତିଦ୍ବନ୍ଦିତା କରିବା ପାଇଁ ପ୍ରସ୍ତୁତ କରିବେ। ଏହା ବ୍ୟତୀତ ଆଶାୟୀ ଆଥଲେଟ ମାନଙ୍କ ଦକ୍ଷତା ବୃଦ୍ଧି କରିବା ଦିଘାରେ ମଧ୍ୟ କାର୍ଯ୍ୟ କରିବ। ଆଥଲେଟମାନେ ସେମାନଙ୍କର ସାମଗ୍ରିକ ବିକାଶ ପାଇଁ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର କ୍ରୀଡ଼ା ସୁବିଧା ମଧ୍ୟ ପାଇପାରିବେ, ଯେଉଁଥିରେ କଳିଙ୍ଗ ଷ୍ଟାଡିୟମରେ ଜିମ୍ନାସିୟମ୍, ସୁଇମିଂ ପୁଲ୍ ଏବଂ ଭାରତର ସର୍ବବୃହତ କ୍ରୀଡା ବିଜ୍ଞାନ କେନ୍ଦ୍ର ସାମିଲ ରହିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “ଏହି ପ୍ରୟାସରେ ଟାଟା ଷ୍ଟିଲ ସହ ହାତ ମିଶାଇ ଆମେ ଆନନ୍ଦିତ। ହକି ଉଚ୍ଚ ପ୍ରଦର୍ଶନ କେନ୍ଦ୍ର ପାଇଁ ଟାଟା ଷ୍ଟିଲ ସହିତ ଆମର ସହଭାଗିତା ଆଦର୍ଶ ଏବଂ ଉତ୍ସାହଜନକ ଫଳାଫଳ ସୃଷ୍ଟି କରିଛି। ଓଡିଶା ଏବଂ ଦେଶରେ ତୀରନ୍ଦାଜ ଏବଂ ସ୍ପୋର୍ଟ କ୍ଲାଇମ୍ବିଂ ପାଇଁ ଆମର ଏକ ବଡ଼ ସମ୍ଭାବନା ଅଛି ଏବଂ ଏହି ନୂତନ ସଙ୍ଗଠନ ସହିତ ଆମେ ଏହି ବିଭାଗରେ ଆଥଲେଟମାନଙ୍କ ପାଇଁ ଏକ ଅନୁକୂଳ ପରିବେଶ ସୃଷ୍ଟି କରିବାରେ ମିଳିତ ଭାବରେ ସହଯୋଗ କରିପାରିବା। ”


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?