ନିପୁଣ ଓଡ଼ିଶା ମେଳା: ମୌଳିକ ସାକ୍ଷରତା ଉପରେ ଗୁରୁତ୍ୱ

ଲାଞ୍ଜିଗଡ, ୧୩।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ହରେକୃଷ୍ଣପୁର କ୍ଲଷ୍ଟର ଭାଟଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିପୁଣ ଓଡ଼ିଶା ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ ଛାତ୍ରୀଛାତ୍ର କିଭଳି ନିଜ ଭାଷା ଏବଂ ସଂଖ୍ୟାକୁ ପ୍ରାଞ୍ଜଳ ଭାବେ ବୁଝିପାରିବେ, ଲେଖି ପାରିବେ ଏବଂ କହିପାରିବେ ତାହା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ।
୨୦୨୬-୨୭ ଶିକ୍ଷାବର୍ଷଠାରୁ କିଭଳି ଛାତ୍ରୀଛାତ୍ର ତୃତୀୟ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ପରବର୍ତ୍ତୀ ଶ୍ରେଣୀରୁ ନିଜେ ଭାଷା ଓ ସଂଖ୍ୟାଜ୍ଞାନ ଜାଣିପାରିବେ। ସେଥିପାଇଁ ବର୍ତ୍ତମାନଠାରୁ ପିଲାଙ୍କୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ୧୬ ସ୍କୁଲର ୨ ଶହରୁ ଉର୍ଦ୍ଧ ଛାତ୍ରୀଛାତ୍ର ସାମିଲ ହୋଇଥିଲେ।
ହରେକୃଷ୍ଣପୁର କ୍ଲଷ୍ଟର ସଂଯୋଜିକା କାଞ୍ଚନ ବାଳା ମହାରଣାଙ୍କ ତତ୍ତ୍ୱାବଧାନ ଓ ଭାଟଗୁଡ଼ା ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଦୋରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ ଭାବେ ଲାଞ୍ଜିଗଡ଼ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଛତ୍ରପୁର ସରପଞ୍ଚ ସୁଷମା ମାଝୀ, ପୂର୍ବତନ ସିଆର୍‌ସିସି ଗୁରୁଗୋବିନ୍ଦ ମହାନ୍ତି, ଚମ୍ପାଦେଇପୁର ସିଆର୍‌ସିସି ସୋଭାଗ୍ୟ ରଞ୍ଜନ ସାହୁ, ବିଶ୍ୱନାଥପୁର ପୂର୍ବତନ ସିଆର୍‌ସିସି ବିଜୟ କୁମାର ରାୟ, ଛତ୍ରପୁର ପୂର୍ବତନ ସମିତି ସଭ୍ୟ ସେନାପତି ନାଏକ ପ୍ରମୁଖ ମଞ୍ଚାସିନ ଥିଲେ I
ଏହି କାର୍ଯ୍ୟକ୍ରମରେ ପଦ୍ମନାଭ ମହାନନ୍ଦ, ସୁଶାନ୍ତ ବିଭାର, ଜଗତ ହରିଜନ, ଉଜ୍ବଳ ନାଏକ, ଶେଷଦେବ ନାଗ, କରୁଣା ମାଝୀ, ଅରକ୍ଷିତ ମାଝୀ, ଅଚ୍ୟୁତ ମାଝୀ, କମଲାଙ୍ଗି ଆମ୍ବାଲା, ରତ୍ନାକର ଦୋରା, ଅଭିଭାବକ, ଅଙ୍ଗନବାଡି କର୍ମୀ ସମେତ କ୍ଲଷ୍ଟରର ସମସ୍ତ ୧୬ ସ୍କୁଲର ଜଣେ ଲେଖାଏ ଶିକ୍ଷକ ଯୋଗଦେଇଥିବାବେଳେ ଶିକ୍ଷକ ରାଘବ ଗହୀର ଓ କୃଷ୍ଣ ଦୁର୍ଗା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri