କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି।

ସୂଚନା ଅନୁଯାୟୀ, ଗତକାଲି ରାତିରେ କୌଣସି କାରଣକୁ ନେଇ ମା’- ପୁଅଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ରବିବାର ସକାଳେ ପୁଣିଥରେ ମା’- ପୁଅଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ସରୋଜ ନାଏକ ନିଜ ମା’ ଲତା ନାଏକ (୭୦)ଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଏ ଖବର ଗାଁ ଲୋକ ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ସରୋଜଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ବର୍ଷ ପରେ ପ୍ରକାଶ ପାଇଲା ଚୂଡ଼ାନ୍ତ ରାୟ: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଘଟିଥିବା ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଦୀର୍ଘ ୧୪ ବର୍ଷର ବିଚାରଣା ପରେ ସୋମବାର ଚୂଡ଼ାନ୍ତ...

ପାଟଣାକୁ ଉପଖଣ୍ଡ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

ପାଟଣା,୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-ସାହାରପଡ଼ା ବିକାଶ ମଞ୍ଚ ପକ୍ଷରୁ ସୋମବାର ଏକ ପ୍ରତିନିଧି ଦଳ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ ଓଡ଼ିଶାର...

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ...

ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ବାରିପଦା,୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ଜିନ୍ନତ ଝାଡ଼ଖଣ୍ଡରେ ପହଞ୍ଚିଛି। ରବିବାରଠାରୁ...

ଲମ୍ପିସ୍କିନ୍‌ ରୋଗରେ ଆକ୍ରାନ୍ତ ଗୋରୁ, ଏମିତି ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ…

ପାଟଣା,୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ଗ୍ରାମରେ ଅଭିମନ୍ୟୁ ମହାନ୍ତଙ୍କ ଗୋରୁଙ୍କୁ ଲମ୍ପିସ୍କିନ ରୋଗ ଆକ୍ରାନ୍ତ କରିଥିବା ସେ କହିଛନ୍ତି। ସେହିଭଳି ସାହାରପଡ଼ା...

ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଥିବା ମହିଳାଙ୍କୁ ଘେରିଲେ ଅଭିଭାବକ: ବିଦ୍ୟାଳୟରେ ଉତ୍ତେଜନା

ଦାରିଙ୍ଗବାଡ଼ି,୯ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ସୋମବାର ବିଦ୍ୟାଳୟ...

ନିୟମଗିରିରେ ବନ୍ଦହେଲା ଷ୍ଟ୍ରବେରି ଚାଷ

ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତ ମହକୁମାର ଲାକୁନୁ ଜାକାସିକା ଗତ ବର୍ଷ ପ୍ରଥମ ଥର ପାଇଁ ଷ୍ଟ୍ରବେରି ଚାଷ...

ପୁଅର ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ସହାୟତା ମାଗୁଛନ୍ତି ମା’

କାକଟପୁର/ଅସ୍ତରଙ୍ଗ,୯ା୧୨ (ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ): ଦିନେ ରୋଗାକ୍ରାନ୍ତ ପୁଅର ଚିକିତ୍ସା ପାଇଁ ବୃଦ୍ଧ ମା, ବାପା ଗାଁ ଗାଁ ବୁଲି ସହାୟତା ମାଗୁଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri