Posted inଖେଳ

ଓଡ଼ିଶା ଖେଳାଳିଙ୍କୁ ୫୩ ପୁରସ୍କାର

ଭୁବନେଶ୍ୱର, ୩୧।୩ (ସରୋଜ ଜେନା): ବିହାରର ପାଟଣାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦୁଇଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସୁଇମିଂ ସିରିଜ ଜୋନ୍‌-୪ (ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଓଡ଼ିଶା) ଶନିବାର ଉଦ୍‌ଯାପିତ ହୋଇଛି। ସମୁଦାୟ ୧୦୦ଟି ବର୍ଗରେ ପ୍ରତିଯୋଗିତା ହୋଇଥିବା ବେଳେ ଓଡ଼ିଆ ଖେଳାଳି ମାନେ ୫୩ ବର୍ଗରେ ପୁରସ୍କାର ହାସଲ କରିଛନ୍ତି। ପ୍ରଥମ ଦିବସରେ ୫୦ଟି ପୁରସ୍କାର ମଧ୍ୟରୁ ଓଡ଼ିଶା ୨୬ଟି ପୁରସ୍କାର ଲାଭ କରିଥିବା ବେଳେ ଦ୍ୱିତୀୟ ଦିନରେ ଆଉ ୨୭ ପୁରସ୍କାର ହାତେଇଛି।

ଶନିବାର ଆକାଙ୍କ୍ଷା ନାୟକ, ଭଦ୍ରା ଶତପଥୀ, ଆୟୁଶ୍ରୀ ଦତ୍ତ, ରାନୀ ନାୟକ, ପ୍ରିୟଦର୍ଶନୀ ରାଉତ, ଅର୍ପିତା ସେଠ, ଅନୁଭା ଜେନା, ମାନ୍ୟତା ମିଶ୍ର, ଦିବ୍ୟାଙ୍କା ଦିବ୍ୟଜ୍ୟୋତି ପ୍ରଧାନ, ମାହିକା ମହାକୁଡ, ଆଞ୍ଚଲ ବାଗ, ଅନୁପ୍ରିୟା ପଣ୍ଡା, ଅଂଶିକା ଆରାଧନା ସାହୁ, ଚିନ୍ମୟୀ ବେହେରା, ରେଶମା ମାଝୀ, ପ୍ରତୀକ୍ଷା ନନ୍ଦୀ, ଅର୍ପିତା ସାମଲ ଓ ସ୍ରିଷ୍ଟି କଳଶ ସାଇନି ପୁରସ୍କାର ହାସଳ କରିବାରେ ସମର୍ଥ ହୋଇଥିଲେ। ଭାରତୀୟ ସନ୍ତରଣ ଫେଡେରେଶନ ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଖେଳାଳିଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଓଡ଼ିଶା ସରକାରଙ୍କ ସହଯୋଗ ପାଇଁ ସନ୍ତରଣ ଆସୋସିଏଶନ ସଭାପତି ପ୍ରଦୀପ ପାଢୀ, କାର୍ଯ୍ୟକାରୀ ସଭାପତି ସୋମା ମିଶ୍ର, ସାଧାରଣ ସମ୍ପାଦକ ଗୋଲାପମଣି ମହନ୍ତ, କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ପ୍ରମୁଖ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri