Posted inଖେଳ

ଓଡ଼ିଶା ଖେଳାଳିଙ୍କୁ ୫୩ ପୁରସ୍କାର

ଭୁବନେଶ୍ୱର, ୩୧।୩ (ସରୋଜ ଜେନା): ବିହାରର ପାଟଣାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦୁଇଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସୁଇମିଂ ସିରିଜ ଜୋନ୍‌-୪ (ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଓଡ଼ିଶା) ଶନିବାର ଉଦ୍‌ଯାପିତ ହୋଇଛି। ସମୁଦାୟ ୧୦୦ଟି ବର୍ଗରେ ପ୍ରତିଯୋଗିତା ହୋଇଥିବା ବେଳେ ଓଡ଼ିଆ ଖେଳାଳି ମାନେ ୫୩ ବର୍ଗରେ ପୁରସ୍କାର ହାସଲ କରିଛନ୍ତି। ପ୍ରଥମ ଦିବସରେ ୫୦ଟି ପୁରସ୍କାର ମଧ୍ୟରୁ ଓଡ଼ିଶା ୨୬ଟି ପୁରସ୍କାର ଲାଭ କରିଥିବା ବେଳେ ଦ୍ୱିତୀୟ ଦିନରେ ଆଉ ୨୭ ପୁରସ୍କାର ହାତେଇଛି।

ଶନିବାର ଆକାଙ୍କ୍ଷା ନାୟକ, ଭଦ୍ରା ଶତପଥୀ, ଆୟୁଶ୍ରୀ ଦତ୍ତ, ରାନୀ ନାୟକ, ପ୍ରିୟଦର୍ଶନୀ ରାଉତ, ଅର୍ପିତା ସେଠ, ଅନୁଭା ଜେନା, ମାନ୍ୟତା ମିଶ୍ର, ଦିବ୍ୟାଙ୍କା ଦିବ୍ୟଜ୍ୟୋତି ପ୍ରଧାନ, ମାହିକା ମହାକୁଡ, ଆଞ୍ଚଲ ବାଗ, ଅନୁପ୍ରିୟା ପଣ୍ଡା, ଅଂଶିକା ଆରାଧନା ସାହୁ, ଚିନ୍ମୟୀ ବେହେରା, ରେଶମା ମାଝୀ, ପ୍ରତୀକ୍ଷା ନନ୍ଦୀ, ଅର୍ପିତା ସାମଲ ଓ ସ୍ରିଷ୍ଟି କଳଶ ସାଇନି ପୁରସ୍କାର ହାସଳ କରିବାରେ ସମର୍ଥ ହୋଇଥିଲେ। ଭାରତୀୟ ସନ୍ତରଣ ଫେଡେରେଶନ ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଖେଳାଳିଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଓଡ଼ିଶା ସରକାରଙ୍କ ସହଯୋଗ ପାଇଁ ସନ୍ତରଣ ଆସୋସିଏଶନ ସଭାପତି ପ୍ରଦୀପ ପାଢୀ, କାର୍ଯ୍ୟକାରୀ ସଭାପତି ସୋମା ମିଶ୍ର, ସାଧାରଣ ସମ୍ପାଦକ ଗୋଲାପମଣି ମହନ୍ତ, କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ପ୍ରମୁଖ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri