ବାଲେଶ୍ୱରରେ ‘ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଏକ୍ସପ୍ରେସ୍‌’

ବାଲେଶ୍ୱର, ୨୪।୯(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ୍‌ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବ ସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା। ଏହି ଉଦ୍ଦେଶ୍ୟରେ ରାଜ୍ୟ ପରିଭ୍ରମଣ କରୁଥିବା ରଥ ବାଲେଶ୍ୱରରେ ପହଞ୍ଚତ୍ଛି। ଜିଲାର ବାଲିଆସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଏବଂ ବିଆଇଟି ପଲିଟେକନିକକୁ ‘ଓଡ଼ିଶା ଷ୍ଟାର୍ଟଅପ ଯାତ୍ରା ଓ ଏକ୍ସପ୍ରେସ’ ଗସ୍ତ କରିଛି। ଏଥିରେ ମୋଟ ୧୫୭ଜଣ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିବା ବେଳେ ମୋଟ୍‌ ୧୮ଟି ଷ୍ଟାର୍ଟଅପ୍‌ ଆଇଡ଼ିଆ ସଂଗ୍ରହ କରାଯାଇଛି। ଆସନ୍ତା ୨୫ ତାରିଖରେ ଏହି ଷ୍ଟାର୍ଟଅପ ଯାତ୍ରା ଜିଲାର ଫକୀରମୋହନ ବିଶ୍ୱବିଦ୍ୟାଳୟ, ରେମୁଣା ଡିଗ୍ରୀ କଲେଜ, ବାଲେଶ୍ୱର ଲ କଲେଜ, ସରକାରୀ ଆଇଟିଆଇ(ବାଲେଶ୍ୱର), ଆର୍‌ଜେ ସ୍କୁଲ ଅଫ ମ୍ୟାନେଜମେଣ୍ଟ ଷ୍ଟଡ଼ିଜ ଏବଂ ସାଗର କଲେଜ ଅଫ ସାଇନ୍ସ ପରିଦର୍ଶନ କରିବ।
ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ଷ୍ଟାର୍ଟଅପ ଯାତ୍ରା ଓ ଏକ୍ସପ୍ରେସ ବିଭିନ୍ନ ବିଦ୍ୟାଳୟ ଏବଂ କଲେଜ ଛାତ୍ରୀଛାତ୍ରଙ୍କଠାରୁ ଅଦ୍ଭୂତପୂର୍ବ ପ୍ରତିକ୍ରିୟା ହାସଲ କରିଛି। ଯାତ୍ରାର ୨୦୨୩ ସଂସ୍କରଣରେ ୪ଟି ଭ୍ୟାନ୍‌ ସମସ୍ତ ୩୦ଟି ଜିଲା ପରିଦର୍ଶନ କରିବ। ପୂର୍ବ ସଂସ୍କରଣର ଉଲ୍ଲେଖନୀୟ ସଫଳତା ପରେ ଚଳିତବର୍ଷ ଏହି ଷ୍ଟାର୍ଟଅପ୍‌ ଯାତ୍ରା ୨୦୦ରୁ ଅଧିକ କଲେଜ ଏବଂ ୬୦ରୁ ଅଧିକ ବିଦ୍ୟାଳୟ ପରିଦର୍ଶନ କରି ଏହି ପ୍ରୟାସକୁ ଆହୁରି ଆଗକୁ ବଢ଼ାଇବାକୁ ଲକ୍ଷ୍ୟ ରଖିଛି। ବହୁସଂଖ୍ୟକ ଛାତ୍ରୀଛାତ୍ର ଏହି ଯାତ୍ରାରେ ଅଂଶଗ୍ରହଣ କରିଛନ୍ତି ଏବଂ ସେମାନଙ୍କର ଅଭିନବ ଚିନ୍ତାଧାରା ଉପସ୍ଥାପନ କରିଛନ୍ତି। ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍‌ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତ୍ତିଭୂମି ତିଆରି କରିପାରିଛି। ଯଦ୍ୱାରା ୨୫,୦୦୦ରୁ ଅଧିକ ଛାତ୍ରୀଛାତ୍ର ପ୍ରଭାବିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri