କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ  ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର୍ଯ୍ୟକାରୀ ହେବ । ଦେଶର ୨୯ ହଜାର ମେଡିକାଲରେ ମିଳିବ ସୁବିଧା । ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ମିଳୁଥିଲା ସୁବିଧା । ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ବୟସ୍କଙ୍କୁ ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷ ବା ତା’ଠୁ ଅଧିକ ବୟସର ବ୍ୟକ୍ତିଙ୍କୁ ଚିକିତ୍ସା ମିଳିବ ।

ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁହେବ । ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ । ଯୋଜନାରେ ଉପକୃତ ହେବେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଅଧିକ ପରିବାର । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର ପରିବାର ଉପକୃତ ହେବେ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଲାଭ ପାଇବେ । ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ କରାଯିବ । ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ । ବାୟୋ ବନ୍ଧନ ଯୋଜନାରେ ହିତାଧିକାରୀଙ୍କୁ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ଦିଆଯିବ ।  ଏହା ସହ ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।

ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri