ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ ଅନୁଷ୍ଠିତ ହୋଇଯାଇଛି ।

ଓଡ଼ିଶା ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିର ଅଦାଲତରେ ଘରୋଇ ହିଂସା, ଯୌନ ଉତ୍ପୀଡ଼ନ, ପାରିବାରିକ ବିବାଦ, ଅପହରଣ, ମହିଳା ଚାଲାଣ ସମେତ ମହିଳାମାନଙ୍କ ସୁରକ୍ଷା, ସମ୍ମାନ ଓ ଅଧିକାର ସହ ସମ୍ପୃକ୍ତ ସମୁଦାୟ ୨୪ଟି ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ସେଥିମଧ୍ୟରୁ ୧୧ଟି ମାମଲାର ଆପୋଷ ସମାଧାନ କରାଯାଇଥିଲା । ସେହିପରି ୬ଟି ମାମଲାକୁ ଅଧିକ ତଦନ୍ତ ଓ ସମାଧାନ ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ନିକଟକୁ ଏବଂ ୪ଟି ମାମଲାକୁ ସୁରକ୍ଷା ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି । ଅବଶିଷ୍ଟ ୩ଟି ମାମଲାରେ ସମ୍ପୃକ୍ତ ପକ୍ଷମାନଙ୍କ ପୁନର୍ବାର ଉପସ୍ଥିତି ପାଇଁ ନୋଟିସ୍‌ ଜାରି କରାଯାଇଛି ।

ଏହି ଅବସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ଆରକ୍ଷୀ ଅଧୀକ୍ଷକ ରବୀନ୍ଦ୍ରନାଥ ଶତପଥୀ, ଓଡ଼ିଶା ରାଜ୍ୟ ମହିଳା ଆୟୋଗର ସଦସ୍ୟା ମୁକ୍ତା ସାହୁ ଏବଂ ପ୍ରତିଭା ଶତପଥୀ, ଡିଏସପି ସିପ୍ରା କୁମାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସନ୍ଧ୍ୟାରାଣୀ ନେପାକ, ଆଇନ ଅଧିକାରୀ ଅରବିନ୍ଦ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଓ ସଦସ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତ ଅଧିକାରୀମାନେ ମହିଳାମାନଙ୍କ ପାଇଁ ସହଜରେ ନ୍ୟାୟ ଓ ପ୍ରତିଷ୍ଠାନଗତ ସହାୟତା ଉପଲବ୍ଧ କରାଇବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଏହା ସହ ଆୟୋଗ ପକ୍ଷରୁ ଅଭିଯୋଗକାରୀମାନଙ୍କଠାରୁ ସିଧାସଳଖଭାବେ ସେମାନଙ୍କ ସମସ୍ୟା ଶୁଣାଯାଇ ମାମଲାଗୁଡ଼ିକର ଆଇନସମ୍ମତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଓ ପରାମର୍ଶ ପ୍ରଦାନ କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri