ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ ଦମନକୁ ଶ୍ରେଷ୍ଠ ଚଳଚିତ୍ର ପୁରସ୍କାର ମିଳିଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ଘୋଷଣା କରିଛନ୍ତି।

ସେହିଭଳି ୨୦୨୦ରେ ରୋମିଓ ରାଜା ପାଇଁ ଅମ୍ଳାନ ଦାସ ଏବଂ ସହିଦ ରଘୁ ସର୍ଦ୍ଦାର ପାଇଁ ଦେବାଶିଷ ପାତ୍ର, ୨୦୨୧ରେ ଭୋକ ପାଇଁ ଅଙ୍କିତ କୁମାର ଓ ପ୍ରତୀକ୍ଷା ପାଇଁ ଦିପାନ୍ବିତ ଦାସ ମହାପାତ୍ର ଏବଂ ୨୦୨୨ ପାଇଁ ବାବୁସାନ ମହାନ୍ତିଙ୍କୁ ଶ୍ରେଷ୍ଠ ନାୟକ ପୁରସ୍କାର ମିଳିଛି। ଏଥିସହିତ ଜୀବନବ୍ୟାପି ସାଧନା ପାଇଁ ତିନି ବର୍ଷରେ ତିନି ଜଣଙ୍କୁ ମୋହନ ସୁନ୍ଦର ଦେବଗୌସ୍ୱାମୀ ସମ୍ମାନ ମିଳିବ। ୨୦୨ରେ ଅନନ୍ତ ମହାପାତ୍ର, ୨୧ରେବ ଶ୍ରୀନିବାସ ମହାପାତ୍ର ଏବଂ ୨୨ ପାଇଁ ଜୟୀରାମ ସାମଲଙ୍କୁ ଏହି ପୁରସ୍କାର ମିଳିବ।

୨୦୨୦ରେ ରୋମିଓ ରାଜା ଚଳଚିତ୍ର ପାଇଁ ରାକେଶ ସାମଲଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ ମୁଖ୍ୟ ଅଭିନେତ୍ରୀ କାବ୍ୟା କିରଣ ଶୁକ୍ଲା, ଶ୍ରେଷ୍ଠ କାହାଣୀ ପାଇଁ ଡା. ବିଶ୍ଵନାଥ କର, ସଂଗୀତ ନିର୍ଦ୍ଦେଶକ ବୈଦନାଥ ଦାଶ, ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକ ସରୋଜ କୁମାର, ଗାୟିକା ଅସୀମ ପଣ୍ଡା, ଶ୍ରେଷ୍ଠ ସିନେମାଟୋଗ୍ରାଫର ନିରଞ୍ଜନ ଦଶ, ରାଜେଶ ଯୋଗୀ, ଶ୍ରେଷ୍ଠ ଗୀତିକାର ପଞ୍ଚାନନ ନାୟକ, ବର୍ଷ ପ୍ରିୟଦର୍ଶିନୀଙ୍କୁ ସ୍ୱତନ୍ତ୍ର ଜୁରୀ ପୁରସ୍କାର କୁଇନ ସିନେମା ପାଇଁ ମିଳିଛି।

୨୦୨୧ରେ ଦୁଇଟି ଚଳଚିତ୍ରକୁ ଶ୍ରେଷ୍ଠ ପୁରସ୍କାର ମିଳିଥିବା ବେଳେ ତୃଷ୍ଣା ଚଳଚିତ୍ର ପାଇଁ ସୁରେଶ ପଟ୍ଟନାୟକଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ, ଡାଲଚିନି ପାଇଁ ସୂର୍ୟ୍ୟମୟୀ ମହାପାତ୍ରଙ୍କୁ ଶ୍ରେଷ୍ଠ ମୁଖ୍ୟ ଅଭିନେତ୍ରୀ, ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, ଶ୍ରେଷ୍ଠ ପ୍ରଚ୍ଛଦପଟ ଗାୟକ ସ୍ୱୟମ ପାଢ଼ୀ, ଗାୟିକା ସୋହିନୀ ମିଶ୍ର, ଗୀତିକାର ଚିନ୍ମୟ କୁମାର ସାହୁ।

ସେହିଭଳି ୨୦୨୨ରେ ମାୟାବୀ ପାଇଁ ସୁଧାଂଶୁ ମୋହନ ସାହୁଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ ମୁଖ୍ୟ ଅଭିନେତ୍ରୀ ଲୋପାମୁଦ୍ରା ମିଶ୍ର, ଶ୍ରେଷ୍ଠ ସଂଗୀତ ପଙ୍କଜ ଜାଲ, ଶ୍ରେଷ୍ଠ ପ୍ରଛଦପଟ ଗାୟକ ମାଧବ ଦାସ, ଗାୟିକା ଦୀପ୍ତିରେଖା ପାଢ଼ୀ, ଗୀତିକାର ଚୂଡ଼ାମଣି ଚନ୍ଦନ ଓ କପିଳେଶ୍ୱର ଖମାରିଙ୍କୁ ପୁରସ୍କାର ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?