ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା ଦେବାକୁ ମହାବିଦ୍ୟାଳୟ ଅସମର୍ଥ ହୋଇପଡ଼ିଛି । ତେଣୁ ଏହି ଅଧ୍ୟାପକ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ଅନୁଦାନ ପରିସରଭୁକ୍ତ କରିବା ଜରୁରି ହୋଇପଡ଼ିଛି ବୋଲି ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ଦୀର୍ଘ ଦିନ ଧରି ଦାବି କରୁଛନ୍ତି । ଏହାପରେ ମଧ୍ୟ ସରକାର ସେମାନଙ୍କ ଦାବି ଶୁଣୁନଥିବାରୁ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ପ୍ରଦାନ କରାଯାଇଛି ।

ଗଞ୍ଜାମ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକଙ୍କୁ ଭେଟି ନିଜର ଦାବି ଜଣାଇଛନ୍ତି ସଙ୍ଘର ବହୁ ଅଧ୍ୟାପିକା ଏବଂ ଅଧ୍ୟାପକ । ସେମାନଙ୍କ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି । ଉକ୍ତ ଦାବିପତ୍ର ପ୍ରଦାନ ବେଳେ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଗଞ୍ଜାମ ଜିଲା ସଂଯୋଜକ ପ୍ରକାଶ ଚନ୍ଦ୍ର ଶତପଥୀ, ସତ୍ୟ ନାରାୟଣ ଚୌଧୁରୀ, ସୁନିତା ରାଣୀ ଜେନା, ପ୍ରିୟ ଦର୍ଶିନୀ ମେକାପ, ସୁରଭି ଗୌଡ଼, ତନ୍ମୟୀ ଚ୍ୟାଉ ପଟ୍ଟନାୟକ, ଅର୍ଚ୍ଚନା ପାଣିଗ୍ରାହୀ, ନୂତନ ମହାରଣା, ଜ୍ୟୋତି ପ୍ରସାଦ ସାହୁ ଓ ଲିଙ୍ଗରାଜ ରଥଙ୍କ ସମେତ ବହୁ ଅଧ୍ୟାପିକା ଅଧ୍ୟାପକମାନେ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?