Posted inଖେଳ

ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଓଡ଼ିଶା ଭଲିବଲ ଆସୋସିଏଶନ ସହଯୋଗରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଏହି ପ୍ରତିଯୋଗିତା ଉଦ୍‌ଘାଟନ କରିଛନ୍ତି। ପ୍ରତିଯୋଗିତାରେ ୮୫୦ରୁ ଊର୍ଦ୍ଧ୍ୱ ଖେଳାଳି ଅଂଶଗ୍ରହଣ କରିଛନ୍ତି। ଏହା ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହିତ କରି ଆସୁଥିବାରୁ କ୍ରୀଡ଼ା ଆଜି ଓଡ଼ିଶାର ପ୍ରତି ଗାଁରେ ପହଞ୍ଚିପାରିଛି। ତାଙ୍କ ଦୂରଦୃଷ୍ଟି ଯୋଗୁ ଓଡ଼ିଶା ଆଜି କ୍ରୀଡ଼ାରେ ଅଗ୍ରଣୀ ହୋଇପାରିଥିବା ବେଳେ ଓଡ଼ିଶାର ଖେଳାଳି ବାହାରେ ନାଁ କମେଇ ପାରୁଛନ୍ତି। ଭୁବନେଶ୍ୱର ଭାରତର କ୍ରୀଡ଼ା ରାଜଧାନୀରେ ପରିଣତ ହୋଇପାରିଛି“ ବୋଲ ଅଚ୍ୟୁତ ପ୍ରକାଶ କରିଛନ୍ତି। କିଟ୍‌ ଓ କିସ୍‌ ମଧ୍ୟ ଗୁଣାତ୍ମକ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଭାବେ ଗୁରୁତ୍ୱ ଦେଇ ଆସୁଛି ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଯୁଗ୍ମ ସଚିବ ରଞ୍ଜିତ ପରିଡ଼ା, ଓଡ଼ିଶା ହକି ପ୍ରମୋଶନ କାଉନ୍‌ସିଲ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପଙ୍କର ମହାପାତ୍ର, କ୍ରୀଡ଼ା ଓ ଯୁବସେବା ବିଭାଗ ଓଏସ୍‌ଡି ସ୍ବରୂପାନନ୍ଦ ସାହୁ ଓ ଓଡ଼ିଶା ଭଲିବଲ୍‌ ସଂଘ ସମ୍ପାଦକ ତଥା କିଟ୍‌ କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri