ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପଦାଙ୍କ ଅନୁସରଣ କରିଛନ୍ତି ତାଙ୍କ ଝିଅ ଶୁଭଶ୍ରୀ ମିଶ୍ର। ‘ବନ୍ଦେ ଉତ୍କଳ ଜନନୀ’ ଗୀତ ବାଜିବା କ୍ଷଣି ପ୍ରେକ୍ଷାଳୟରେ ଉପସ୍ଥିତ ସମସ୍ତେ ଛିଡା ହୋଇ ସମ୍ମାନ ଜଣାଇଥିଲେ। ହେଲେ ଜୟନାରାୟଣଙ୍କ ଅନୁପସ୍ଥିତିରେ ତାଙ୍କ ପ୍ରତିନିଧିଭାବେ ଯୋଗ ଦେଇଥିବା ଝିଅ ଶୁଭଶ୍ରୀ ତାଙ୍କର ଜଣେ ସମର୍ଥକଙ୍କ ସହ ଗୀତ ଚାଲିଥିବାବେଳେ ଆସନରେ ବସି ରହିଥିଲେ। ଏହି ସମୟରେ ପୂର୍ବତନ ରେଙ୍ଗାଲି ବିଧାୟକ ତଥା ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ନାଉରୀ ନାୟକଙ୍କ ସମେତ ଭାଜପାର ବହୁ ନେତା ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା।

ଜୟନାରାୟଣ ପୂର୍ବରୁ ମଧ୍ୟ ‘ବନ୍ଦେ ଉତ୍କଳ ଜନନୀ’ ଗୀତକୁ ରାଜ୍ୟ ସଙ୍ଗୀତ ଭାବେ ଗ୍ରହଣ କରିବାକୁ ମନା କରିବା ସହ ଗୀତ ଗାନବେଳେ ଛିଡ଼ା ହେବାକୁ ମନା କରି ଆସିଛନ୍ତି। ତାଙ୍କୁ ଅନୁସରଣ କରି ଝିଅ ମଧ୍ୟ ସମାନ ବ୍ୟବହାର ଦେଖାଇଛନ୍ତି। ଏ ସଂକ୍ରାନ୍ତରେ ତାଙ୍କୁ ପଚାରିବାରୁ ସେ ପିତାଙ୍କ କଥାକୁ ଦୋହରାଇଛନ୍ତି ବୋଲି କହିଛନ୍ତି । ସମ୍ବଲପୁରରେ ଭାଜପାର ଅଧିକାଂଶ କର୍ମୀ ଜୟନାରାୟଣଙ୍କ ସମର୍ଥକ ହୋଇଥିବା ସତ୍ତ୍ବେ ସେମାନେ ସମସ୍ତେ ‘ବନ୍ଦେ ଉତ୍କଳ ଜନନୀ’ ବାଜିବା ସମୟରେ ଛିଡା ହେଉଛନ୍ତି। ଏହା ପଛରେ ଦଳର କାର୍ଯ୍ୟାନୁଷ୍ଠାନର ଭୟ ନା ଗୀତକୁ ସମ୍ମାନ ବୋଲି ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ରବିବାର ଜୟନାରାୟଣଙ୍କ ଅନେକ ସମର୍ଥକ ଗୀତ ବାଜିବା ସମୟରେ ଛିଡା ହୋଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?