ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋରାପୁଟ ଓଏମ୍‌ପି ପଡିଆଠାରେ ଆୟୋଜିତ ବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଧାରିତ ସମୟର ପ୍ରାୟ ୧ ଘଣ୍ଟା ବିଳମ୍ବରେ ପହଞ୍ଚତ୍ ରାଜ୍ୟସରକାରଙ୍କ ବିଏସ୍‌କେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍‌, ମିଶନ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ରବୃତ୍ତି ଯୋଜନା, ଚାଷୀଙ୍କ ପାଇଁ କାଳିଆ ଯୋଜନାର ସଫଳତା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ସରକାରଙ୍କ ସଫଳତାକୁ ବିରୋଧୀ ସହଜରେ ଗ୍ରହଣ କରିପାରୁନାହାନ୍ତି। ବିରୋଧୀ ଦଳ ମିଛ କଥା କହୁଛନ୍ତି। ସେମାନେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ପ୍ରକାଶ କରି ଜନସାଧାରଣ ଶଙ୍ଖ ଚିହ୍ନକୁ ଆର୍ଶୀବାଦ କରିବାକୁ ନିବେଦନ କରିଥିଲେ।

କୋରାପୁଟ ଲୋକସଭା ଆସନର ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା, କୋରାପୁଟ ବିଧାୟକ ପ୍ରାର୍ଥୀ ରଘୁରାମ ପଡାଲ, ପଟ୍ଟାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗି, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ଜୟପୁର ବିଧାୟିକ ପ୍ରାର୍ଥୀ ଇନ୍ଦିରା ନନ୍ଦଙ୍କୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କୁ ବିଭିନ୍ନ ଲୋକାଭିମୁଖୀ ଯୋଜନା କିଏ କରିଛି ବୋଲି ପଚାରିଥିଲେ ା କୋରାପୁଟର ସମସ୍ତ ବଡ ବଡ ବ୍ରିଜ, ଜଗନ୍ନାଥ ପରିକ୍ରମା ପ୍ରକଳ୍ପ, ଗୁପ୍ତେଶ୍ୱର ମନ୍ଦିର ସମେତ ବିଭିନ୍ନ ଦେବଭୂମିର ବିକାଶ ସହ ଅନ୍ୟ ସବୁ ଯୋଜନା କିଏ କରିଛି ବୋଲି ପ୍ରକାଶ କରି ବିଜେଡିକୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri