୧୫ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଉଛି ଓଡ଼ିଶା

କଟକ ଅଫିସ, ୨୪ା୫- ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଫଳରେ ଚିକିତ୍ସା ପାଇଁ ବହୁ ସଂଖ୍ୟକ ରୋଗୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ବିଭିନ୍ନ ରାଜ୍ୟର ମେଡିକାଲରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏଭଳି ସମୟରେ ଓଡ଼ିଶାରୁ ଦେଶର ୧୫ଟି ରାଜ୍ୟ (ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ତାମିଲନାଡୁ, ପଞ୍ଜାବ, ଛତିଶଗଡ଼, ଦିଲ୍ଲୀ, ବିହାର, ରାଜସ୍ଥାନ, କର୍ନାଟକ, ଚଣ୍ଡିଗଡ଼, କେରଳ)କୁ ମେଡ଼ିକାଲ ଅକ୍ସିଜେନ ଯୋଗାଣ ଜାରି ରହିଛି। ବିଶେଷକରି ରାଉରକେଲା, ଯାଜପୁର, ଢେଙ୍କାନାଳ ଏବଂ ଅନୁଗୋଳ ଜିଲାରୁ ଗତ ୨୮ ଦିନ ମଧ୍ୟରେ ଉପରୋକ୍ତ ରାଜ୍ୟଗୁଡ଼ିକୁ ପୋଲିସ ସୁରକ୍ଷା ବଳରେ ୧୧୨୪ ଟ୍ୟାଙ୍କର ଓ କଣ୍ଟେନରରେ ମେଡିକାଲ ଅକ୍ସିଜେନ ଯୋଗାଯାଇଛି। ଆନ୍ଧ୍ରପ୍ରଦେଶକୁ ୩୪୮ ଟ୍ୟାଙ୍କରରେ ୬୮୪୮.୯୧୪ ଟନ୍‌, ତେଲଙ୍ଗାନାକୁ ୨୮୬ ଟ୍ୟାଙ୍କରରେ ୪୮୯୨.୭୯୯ ଟନ୍‌, ତାମିଲନାଡୁକୁ ୮୪ ଟ୍ୟାଙ୍କରରେ ୧୫୦୧.୯୩୭ ଟନ୍‌, ହରିୟାଣାକୁ ୧୫୯ ଟ୍ୟାଙ୍କରରେ ୨୯୧୯.୬୧୩ ଟନ୍‌, ମହାରାଷ୍ଟ୍ରକୁ ୪୧ ଟ୍ୟାଙ୍କରରେ ୬୬୦.୦୫୧ ଟନ୍‌, ଛତିଶଗଡ଼କୁ ୩୮ ଟ୍ୟାଙ୍କରରେ ୬୧୩.୪୦୧ ଟନ୍‌, ଉତ୍ତରପ୍ରଦେଶକୁ ୫୮ ଟ୍ୟାଙ୍କରରେ ୧୧୫୪.୮୯୨ ଟନ୍‌, ମଧ୍ୟପ୍ରଦେଶକୁ ୬୫ ଟ୍ୟାଙ୍କରରେ ୧୧୪୭.୭୬ ଟନ୍‌, ଦିଲ୍ଲୀକୁ ୨୨ ଟ୍ୟାଙ୍କରରେ ୪୧୦.୨୪ ଟନ୍‌, ପଞ୍ଜାବକୁ ୪ ଟ୍ୟାଙ୍କରରେ ୧୦୭.୮୯ ଟନ୍‌, କର୍ନାଟକକୁ ୮ ଟ୍ୟାଙ୍କରରେ ୧୫୧.୧୨ ଟନ୍‌, ବିହାରକୁ ୩ ଟ୍ୟାଙ୍କରରେ ୬୬.୧୪ ଟନ୍‌, ଚଣ୍ଡିଗଡ଼କୁ ୨ ଟ୍ୟାଙ୍କରରେ ୨୫.୨୯ ଟନ୍‌, କେରଳକୁ ୪ ଟ୍ୟାଙ୍କରରେ ୭୩.୧୬ ଟନ୍‌, ରାଜସ୍ଥାନକୁ ୨ ଟ୍ୟାଙ୍କରରେ ୩୯.୪୨ ଟନ୍‌ ମେଡିକାଲ ଅକ୍ସିଜେନ ପଠାଯାଇଛି ବୋଲି ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୋମବାର ଏକ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri