Posted inଖେଳ

ସୁଇମିଂ ପୁଲ୍‌ରେ ଓଡ଼ିଶା ସୁଇମରଙ୍କ ଚମକ

ଭୁବନେଶ୍ୱର, ୧୨।୧୨(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ଏସଏଫ୍‌ଆଇ (ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ) ଜୋନାଲ କ୍ୱାଲିଫାୟର ଟୁର୍ନାମେଣ୍ଟ ରବିବାର ଶେଷ ହୋଇଛି। ଏଥିରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୫ଟି ରାଜ୍ୟର ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ପ୍ରଥମ ଦିବସ ପରି ଦ୍ୱିତୀୟ ଦିବସରେ ମଧ୍ୟ ଓଡ଼ିଶା ସନ୍ତରଣକାରୀମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ଅର୍ପିତା ସାହୁ ୧୦୦ ମିଟର ବଟରଫ୍ଲାଇରେ ସ୍ବର୍ଣ୍ଣ, ମନ୍ନତା ମିଶ୍ର ୨୦୦ ମିଟର ବ୍ରେଷ୍ଟଷ୍ଟ୍ରୋକ୍‌ ଓ ୨୦୦ ମିଟର ବ୍ୟକ୍ତିଗତ ମିଡ୍‌ଲେରେ ସ୍ବର୍ଣ୍ଣ, ଅମିୟ ପ୍ରଧାନ ୨୦୦ ମିଟର ବ୍ରେଷ୍ଟଷ୍ଟ୍ରୋକ୍‌ରେ ସ୍ବର୍ଣ୍ଣ, ସୋନିଆ ପଟେଲ ୫୦ ମିଟର ଫ୍ରିଷ୍ଟାଇଲ, ୫୦ ମିଟର ବଟରଫ୍ଲାଇ ଓ ୧୦୦ ମିଟର ଫ୍ରିଷ୍ଟାଇଲରେ ସ୍ବର୍ଣ୍ଣ ଏବଂ ପ୍ରତ୍ୟାଶା ରାୟ ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ସ୍ବର୍ଣ୍ଣ ପଦକ ଅର୍ଜନ କରିଛନ୍ତି। ସେହିପରି ଜାଡୁ ବୁଡେକ ୧୦୦ ମିଟର ବଟରଫ୍ଲାଇ, ୫୦ ମିଟର ବଟରଫ୍ଲାଇ ଓ ୧୦୦ ମିଟର ଫ୍ରିଷ୍ଟାଇଲରେ ରୌପ୍ୟ ଏବଂ ବିକାଶ ହରିପାଲ ୨୦୦ ମିଟର ଫ୍ରିଷ୍ଟାଇଲ ଓ ୮୦୦ ମିଟର ଫ୍ରିଷ୍ଟାଇଲରେ ରୌପ୍ୟ ପଦକ ଅର୍ଜନ କରିଛନ୍ତି।

ଛତିଶଗଡ଼ର ଆୟାନ ଅଲୀ ଖା ୧୫୦୦ ମିଟର ଓ ୮୦୦ ମିଟର ଫ୍ରିଷ୍ଟାଇଲ ଏବଂ ଛତିଶଗଡ଼ର ରୁଦ୍ରାକେଶ ସାହୁ ୨୦୦ ମିଟର ଫ୍ରିଷ୍ଟାଇଲ, ୧୦୦ ମିଟର ବଟରଫ୍ଲାଇ, ୨୦୦ ମିଟର ବ୍ୟକ୍ତିଗତ ମିଡ୍‌ଲେ ଓ ୧୦୦ ମିଟର ଫ୍ରିଷ୍ଟାଇଲରେ ସ୍ବର୍ଣ୍ଣ ପଦକ ପାଇଛନ୍ତି। ଉଦ୍‌ଯାପନୀ ଉତ୍ସବରେ ସିନିୟର ସୁଇମିଂ କୋଚ୍‌ ସୁରେନ୍ଦ୍ର ନାଏକ, ସୁଇମିଂ ଆସୋସିଏଶନ ସଭାପତି ପ୍ରଦୀପ କୁମାର ପାଢ଼ୀ, କାର୍ଯ୍ୟକାରୀ ସଭାପତି ସୋମା ମିଶ୍ର, ଉପସଭାପତି ଅମର ରଞ୍ଜନ ମହାନ୍ତି, ରବୀନ୍ଦ୍ର ରାଉତ, ଯୁଗ୍ମ ସମ୍ପାଦକ ଲକ୍ଷ୍ମୀଚନ୍ଦ୍ର ମହାକୁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri