Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଲାୟନ୍ସକୁ ହରାଇଲା ଚିତାସ

ଭୁବନେଶ୍ୱର,୩।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଶନିବାର ଓଡ଼ିଶା ଚିତାସ ଟୁର୍ନାମେଣ୍ଟର ୧୩ତମ ମ୍ୟାଚରେ ୧୧ ରନରେ ଓଡ଼ିଶା ଲାୟନ୍ସକୁ ହରାଇଛି। ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଚିତାସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୧୪ ରନ ସଂଗ୍ରହ କରିଥିଲା। ଜବାବରେ ଲାୟନ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୦୩ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ୫୦ ବଲରୁ ୫ ଚୌକା ୧ ଛକା ସହ ୪୯ ରନ ସଂଗ୍ରହ କରିଥିବା ଚିତାସର ଅଭିଷେକ ରାଉତ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଓସିଏ ସଦସ୍ୟା ମଧୁସ୍ମିତା ପାତ୍ର ଅଭିଷେକଙ୍କୁ ପୁରସ୍କୃତ କରିଥିଲେ। ଏଥିସହି ଚିତାସ ୫ଟି ମ୍ୟାଚ ଖେଳି ୩ଟି ବିଜୟ, ୨ଟି ପରାଜୟ ସହ ୧୨ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଲାୟନ୍ସ ୪ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୩ଟି ପରାଜୟ ସହ ୪ ପଏଣ୍ଟ ପାଇ ତାଲିକାର ପଞ୍ଚମ ସ୍ଥାନରେ ରହିଛି।
୧୧୫ ରନ ଟାର୍ଗେଟର ପିଛା କରି ଲାୟନ୍ସ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଦଳ ତରଫରୁ ଓପନର ସ୍ବସ୍ତିକ ସାମଲ ୧୧, ଶୁଭ୍ରଜ୍ୟୋତି ମିଶ୍ର ୧୨, ଅଧିନାୟକ ସୁଜିତ ଲେଙ୍କା ୧୯, ରାକେଶ ପଟ୍ଟନାୟକ ୨୨, ବିକାଶ ରାଉତ ଅପରାଜିତ ୨୯ ରନ ସଂଗ୍ରହ କରିଥିଲେ। ଦୀପକ ରଞ୍ଜନ ବେହେରା ୪ ରନକରି ଅପରାଜିତ ରହିଥିଲେ। ବିଶ୍ୱଭୂଷଣ ବିହାରୀ ଖାତା ଖୋଲିପାରି ନ ଥିଲେ। ଦଳର ଦୁଇ ବ୍ୟାଟ୍ସମ୍ୟାନ ବିଶ୍ୱଭୂଷଣ ଓ ରାକେଶ ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ବୋଲିଂରେ ଚିତାସ ତରଫରୁ ମନୋଜ ବାରିକ, ରାମ ସି. ବେହେରା ଓ ବାଦଲ ଭୋଳ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଚିତାସ ତରଫରୁ ଅଭିଷେକ ସର୍ବାଧିକ ୪୯ ରନ୍‌ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ଅନୁରାଗ ଷଡ଼ଙ୍ଗୀ ୨୬, ବାଦଲ ଭୋଳ ୧୧ ରନ ସଂଗ୍ରହ କରି ଆଉଟ ହୋଇଥିଲେ। କୋରାପୁ ସନ୍ଦୀପ ୧୨ ରନ କରି ଅପରାଜିତ ରହିଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଲାୟନ୍ସ ପକ୍ଷରୁ ଶିବାଶିଷ ସାହୁ ସର୍ବାଧିକ ୩, ଦୀପକ ରଞ୍ଜନ ବେହେରା ଓ ବିକାଶ ରାଉତ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଅସିତ ପାଲ, ଶତର ଚନ୍ଦ୍ର ସାହୁ ଫିଲ୍ଡ ଅମ୍ପାୟର ଭାବେ ମ୍ୟାଚ ପରିଚାଳନା କରିଥିଲେ। ଅମିତ ଅମିତାଭ ମହାକୁଡ ତୃତୀୟ ଅମ୍ପାୟର, ସ୍କୋରର ଭାବେ ରଶିରଞ୍ଜନ ମଲ୍ଲ ଓ ବୀରବର ନାଏକ ଦାୟିତ୍ୱ ତୁଲାଇଥିଲେ।

ପୁମାସ୍‌ ୨୪ ରନରେ ବିଜୟୀ
ଏମ୍‌ଜିଏମ୍‌ କ୍ରିକେଟ ଲିଗ୍‌ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଓଡ଼ିଶା ପୁମାସ ୨୪ ରନରେ ଓଡ଼ିଶା ଟାଇଗର୍ସକୁ ପରାସ୍ତ କରିଛି। ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପୁମାସ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୪୧ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ଟୁକୁନା ସାହୁ ସର୍ବାଧିକ ୬୧, ପ୍ରୟସା ସିଂ ୨୮, ପୂର୍ଣ୍ଣଚନ୍ଦ୍ର ମାଝି ୨୨, ସୌଭାଗ୍ୟ ମହାନ୍ତ ଅପରାଜିତ ୧୪ ରନ ସଂଗ୍ରହ କରିଥିଲେ। ବୋଲିଂରେ ଟାଇଗର୍ସର ଶେଖର ମାଝି ସର୍ବାଧିକ ୫ ଓ ରାଜ କେ. ମାଝି ୨, ବି ଶିବ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଟାଇର୍ଗସ ୨୦ ଓଭରରେ ୭ ଉଇକେଟ ହରାଇ ୧୧୭ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଟାଇଗର୍ସ ତରଫରୁ ଓପନର ରୂପକ ପ୍ରଧାନ ସର୍ବାଧିକ ୪୧, ଆୟୁଷ ନାୟକ ୧୩, ସଂଗ୍ରାମ ମାଝି ୧୦ ଓ ସଞ୍ଜୟ ଦାସ ଅପରାଜିତ ୨୧ ରନ ସଂଗ୍ରହ କରିଥିଲେ। ବୋଲିଂରେ ପୁମାସ ତରଫରୁ ଜିତେନ୍ଦ୍ର ଥାପ୍ପା ଓ ଟୁକନା ସାହୁ ୨ଟି ଲେଖାଏ, ପ୍ରଶାନ୍ତ ରଣା, ପ୍ରୟାସ ସିଂ ଓ ଧୀରଜ ସିଂ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଟୁକୁନା ସାହୁ ପ୍ଲେୟାର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri